ପୁନର୍ବିଚାର ଆବେଦନକୁ ଖାରଜ କଲେ ଏଡିଜେ

ନିଶ୍ଚିନ୍ତକୋଇଲି/ସାଲେପୁର, ୯।୧୨(ସ୍ବ.ପ୍ର/ଡି.ଏନ୍‌.ଏ.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୋଲିସକୁ ଲାଗିଛି ଝଟ୍‌କା। ହତ୍ୟା ଘଟଣାର ସାନି ତଦନ୍ତ ରିପୋର୍ଟ ଏବଂ ସିଡିଆର୍‌ ଦାଖଲ ସହ ମାହାଙ୍ଗା ଆଇଆଇସିଙ୍କୁ ନୋଟିସ ଜାରି ନେଇ ସାଲେପୁର ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ(ଜେଏମ୍‌ଏଫ୍‌ସି) କରିଥିବା ନିର୍ଦ୍ଦେଶ ବିରୋଧରେ ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ନିକଟରେ ହୋଇଥିବା ପୁନର୍ବିଚାର ଆବେଦନ ବୁଧବାର ଖାରଜ ହୋଇଛି। ଆବେଦନ ଖାରଜ ପରେ ପୋଲିସ ପାଇଁ ଅଡୁଆ ବଢିଥିବାବେଳେ ସରକାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଜଣାପଡ଼ିଛି। ତେବେ ଏହି ମାମଲାରେ ମାହାଙ୍ଗା ଆଇଆଇସି ରିପୋର୍ଟ ଦେବାରେ କାହିଁକି ଦିନ ଗଡ଼ାଉଛନ୍ତି, ତାକୁ ନେଇ ବିଭିନ୍ନ ମହଲରେ ଆଲୋଚନା ଜୋର ଧରିଛି।
ପ୍ରକାଶ ଯେ, ଜାନୟାରୀ ୨ ତାରିଖରେ ମାହାଙ୍ଗା ଥାନା ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳକୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ତାଲିକାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାମ ରହିଥିଲେ ସୁଦ୍ଧା ପରବର୍ତ୍ତୀ ସମୟରେ ପୋଲିସ ତାଙ୍କ ନାମକୁ ଚାର୍ଜଶିଟରୁ କାଟି ଦେଇଥିଲା। ଏହାକୁ ବିରୋଧ କରି କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ ଦାୟର କରିଥିଲେ। ଉକ୍ତ ପିଟିସନ ଶୁଣାଣି କରି ଅଗଷ୍ଟ ୨୬ ତାରିଖରେ ସାନି ତଦନ୍ତ ରିପୋର୍ଟ ଦାଖଲ ପାଇଁ ମାହାଙ୍ଗା ଥାନା ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଥାନା ଅଧିକାରୀ ରିପୋର୍ଟ ଦାଖଲ କରିବା ପରିବର୍ତ୍ତେ ବାରମ୍ବାର ସମୟ ନେଇଥିଲେ। ଏପରି କି ବ୍ୟକ୍ତିଗତ ହାଜିରା ପାଇଁ ହୋଇଥିବା ନିର୍ଦ୍ଦେଶକୁ ପାଳନ କରି ନ ଥିଲେ। ଫଳରେ ଗତ ୪ତାରିଖରେ ଜେଏମ୍‌ଏଫ୍‌ସି ପୁନଃ ତଦନ୍ତ ରିପୋର୍ଟ ଓ ସିଡିଆର ଆସନ୍ତା ୧୦ତାରିଖ ପୂର୍ବାହ୍ନ୧୦.୩୦ ସୁଦ୍ଧା ଦାଖଲ କରିବା ସହ କାହିଁକି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବ ସେନେଇ ମାହାଙ୍ଗା ଆଇଆଇସିଙ୍କୁ ନୋଟିସ ଜାରି କରିଥିଲେ। ତେବେ ଏସ୍‌ପିଙ୍କ ଚିଠି ଓ ମାହାଙ୍ଗା ଥାନା ଅଧିକାରୀଙ୍କ ସତ୍ୟପାଠକୁ ଆଧାର କରି ଜେଏମ୍‌ଏଫ୍‌ସି କୋର୍ଟଙ୍କ ଏହି ଆଦେଶକୁ ପୁନର୍ବିଚାର ନିମନ୍ତେ ସରକାରଙ୍କ ପକ୍ଷରୁ ଆଇନଜୀବୀ ସନ୍ତୋଷ ମୁନ ଏଡିଜେଙ୍କ କୋର୍ଟରେ ୨ଟି ପୃଥକ୍‌ (ନଂ. ୫/୨୧) ଓ (ନଂ. ୬/୨୧) ରିଭିଜନ ପିଟିିଶନ ଦାୟର କରିଥିଲେ। ମଙ୍ଗଳବାର ଉକ୍ତ ଆବେଦନର ଶୁଣାଣି ହୋଇ ରାୟ ସଂରକ୍ଷିତ ଥିଲା। ବୁଧବାର ଉକ୍ତ ୨ ଆବେଦନକୁ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri