ମୁଲତବୀ ଆଲୋଚନା ଏଣିକି ୯୫ ମିନିଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଘଣ୍ଟ ପbନଃନିର୍ଦ୍ଧାରଣ ହୋଇଛି। ୯୦ମିନିଟ୍‌ ପରିବର୍ତ୍ତେ ଏଣିକି ମୁଲତବୀ ଆଲୋଚନା ୯୫ ମିନିଟ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଘୋଷଣା କରିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ବିଭିନ୍ନ ପ୍ରସଙ୍ଗରେ ଗୃହକୁ ଆସୁଥିବା ମୁଲତବୀ ପ୍ରସ୍ତାବ ଉପରେ ମୋଟ ୯୫ ମିନିଟ ଆଲୋଚନା ହେବ। ଗୁରୁବାର ପୂର୍ବାହ୍ନରେ ଅନୁଷ୍ଠିତ ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁଯାୟୀ ଗୃହକୁ ସୂଚନା ଦେଇ ବାଚସ୍ପତି କହିଥିଲେ, ଚଳିତ ଅଧିବେଶନରେ ଏବେ ପୂର୍ବାହ୍ନ ୧୧ଟା ୨୫ ମିନିଟ୍‌ରୁ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହେବ। ବିଭାଗୀୟ ମନ୍ତ୍ରୀ ପ୍ରସ୍ତାବ ଆଲୋଚନା ଆରମ୍ଭ ଓ ଶେଷକୁ ମିଶାଇ ମୋଟ ୧୫ ମିନିଟ୍‌ରେ ନିଜ ଉତ୍ତର ରଖିବେ। ସେହିଭଳି ବିରୋଧୀ ଦଳ ସଦସ୍ୟଙ୍କ ପାଇଁ ମୋଟ ୬୫ମିନିଟ ଏବଂ ଶାସକ ଦଳର ସଦସ୍ୟଙ୍କୁ ୧୫ ମିନିଟ ସମୟ ଦିଆଯିବ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ମୁଲତବୀ ପ୍ରସ୍ତାବ ଆଲୋଚନା ସମାପ୍ତ କରିବା ପାଇଁ ସମସ୍ତ ସଦସ୍ୟ ସହଯୋଗ କରିବାକୁ ବାଚସ୍ପତି କହିଛନ୍ତି। ବୁଧବାର ବିଧାନସଭାରେ ବିରୋଧୀ ଦଳ ପକ୍ଷରୁ ଆଗତ ହୋଇଥିବା ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମୟ ଅଭାବ ଯୋଗୁ ଅସନ୍ତୋଷ ବ୍ୟକ୍ତ କରି କକ୍ଷତ୍ୟାଗ କରିଥିଲେ। ତାଙ୍କ ସହ କଂଗ୍ରେସର ଅନ୍ୟ ସଦସ୍ୟ ମଧ୍ୟ ଆଲୋଚନା ଅଧାରୁ ଗୃହ ଛାଡ଼ିଥିଲେ। ନିର୍ଦ୍ଧାରିତ ୯୦ମିନିଟ୍‌ ସମୟରୁ ଭାଜପାର ୪ଜଣ ସଦସ୍ୟ ୫୦ ମିନିଟ କହିଥିବାବେଳେ କଂଗ୍ରେସ ସଦସ୍ୟଙ୍କୁ ୩୦ମିନିଟ୍‌ ଦେବାକୁ ସର୍ତ୍ତ ରଖି ନରସିଂହ ଆଲୋଚନା ଆରମ୍ଭ କରିଥିଲେ। ହେଲେ ୧୬ ମିନିଟ୍‌ କହିବା ପରେ ବାଚସ୍ପତି ତାଙ୍କୁ ବକ୍ତବ୍ୟ ଶେଷ କରିବାକୁ କହିଥିଲେ। ଫଳରେ ଗୃହରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଗୁରୁବାରଠାରୁ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟସୀମା ଧାର୍ଯ୍ୟ ହେବ ବୋଲି ବାଚସ୍ପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?