ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ ନାୟକଙ୍କୁ ଦୀର୍ଘ ୪ ବର୍ଷ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ କରାଯାଇଛି। ‘ଧରିତ୍ରୀ’ରେ ଏନେଇ ଖବର ପ୍ରକାଶ ପାଇବା ପରେ, ଅନ୍ତ୍ୟୋଦୟ ସଂସ୍ଥାର ଅଧ୍ୟକ୍ଷ ତଥା ସମାଜସେବୀ ଦିଲ୍ଲୀପ କୁମାର ଦାସ ଜାତୀୟ ମାନବାଧିକାର କମିଶନ (NHRC)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। କମିଶନ ଏହି ମାମଲାକୁ ଗ୍ରହଣ କରି ଡାଏରୀ ନମ୍ବର ୩୪୨୪/IN/୨୦୨୬ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଦୋଳଗୁଡ଼ା ଗ୍ରାମର ସାବିତ୍ରୀ ନାୟକଙ୍କୁ ପ୍ରଶାସନିକ ସ୍ତରରେ ମୃତ ଘୋଷଣା କରାଯାଇଥିବାରୁ ଗତ ୪ ବର୍ଷ ହେଲା ସେ ତାଙ୍କର ଏକମାତ୍ର ସାହାରା ବାର୍ଦ୍ଧକ୍ୟ ଭତ୍ତା ପାଉନାହାନ୍ତି। ଏହି ବୟସରେ ସେ ଅନେକ ଅସୁବିଧାର ସମ୍ମୁଖୀନ ହୋଇ ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। କେବଳ ସେତିକି ନୁହେଁ, ତାଙ୍କ ସ୍ବାମୀ ପ୍ରସାଦ ନାୟକଙ୍କୁ ମଧ୍ୟ କୌଣସି ଅଜଣା କାରଣରୁ ଗତ ୪ ମାସ ହେଲା ଭତ୍ତା ମିଳୁନାହିଁ। ଫଳରେ ଏହି ବୃଦ୍ଧ ଦମ୍ପତି ଏବେ ଦୁର୍ଦ୍ଦଶା ମଧ୍ୟରେ କାଳାତିପାତ କରୁଛନ୍ତି। ସମାଜସେବୀ ଦାସ ନିଜ ଆବେଦନରେ ଦର୍ଶାଇଛନ୍ତି ଯେ, ଜଣେ ଜୀବିତ ବ୍ୟକ୍ତିଙ୍କୁ କାଗଜପତ୍ରରେ ମାରିଦେବା ଭାରତୀୟ ସମ୍ବିଧାନର ଧାରା ୨୧ (Article 21)ର ଖୋଲାଖୋଲି ଉଲ୍ଲଂଘନ। ଜଣେ ବୃଦ୍ଧାଙ୍କ ପ୍ରତି ଏଭଳି ଅମାନବୀୟ ବ୍ୟବହାର ଓ ପ୍ରଶାସନିକ ତ୍ରୁଟି ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ବିଧାନ କରିବାକୁ ସେ କମିଶନଙ୍କ ନିକଟରେ ନିବେଦନ କରିଛନ୍ତି।
ସରକାରୀ ଅଧିକାରୀଙ୍କ ବେପରୁଆ କାର୍ଯ୍ୟ ଯୋଗୁ ସାବିତ୍ରୀଙ୍କ ମାନବାଧିକାର କ୍ଷୁଣ୍ଣ ହୋଇଥିବା ଦର୍ଶାଇ, ତାଙ୍କୁ ତୁରନ୍ତ ନ୍ୟାୟ ଦେବା ସହ ବନ୍ଦ ଥିବା ସମସ୍ତ ଭତ୍ତା ରାଶି ପ୍ରଦାନ କରିବାକୁ କମିଶନ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି ହୋଇଛି। କମିଶନଙ୍କ ଏହି ପଦକ୍ଷେପ ପରେ ଏବେ ସାବିତ୍ରୀଙ୍କୁ ନ୍ୟାୟ ମିଳିବା ନେଇ ଆଶା ସଞ୍ଚାର ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri