କଥା ରଖିଲାନି ପ୍ରଶାସନ, ପୁଣି ପାଣି ପାଇଁ ରାସ୍ତାରୋକୋ

ନବରଙ୍ଗପୁର,୨୮।୨(ବି.ପ୍ର.):ପ୍ରତିଶ୍ରୁତି ରଖିଲାନି ପ୍ରଶାସନ। ପାଣି ସମସ୍ୟା ଦୂର କରିବାକୁ କହି ଭୁଲିଗଲା। ଏହା ବିରୋଧରେ ସୋମବାର ନବରଙ୍ଗପୁର ଜିଲା ସଦର ବ୍ଲକ ଅଗ୍ନିପୁର ପଞ୍ଚାୟତ ବେହେରାଗୁଡ଼ା ଗ୍ରାମବାସୀ ହାଣ୍ଡି ଗରା ରଖି ରାସ୍ତାରୋକୋ କରିଥିଲେ। ଫଳରେ ନବରଙ୍ଗପୁର-କୋଷାଗୁମୁଡ଼ା ରାସ୍ତାରେ ଯାତାୟାତ ବାଧା ପାଇଥିଲା। ନବରଙ୍ଗପୁର ପୋଲିସ ଓ ପାନୀୟ ଜଳ ବିଭାଗ ନିର୍ବାହୀ ଯନ୍ତ୍ରୀ ହରିଶ୍ଚନ୍ଦ୍ର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ସୋମବାର ସୁଦ୍ଧା ସେଠାରେ ଏକ ନୂତନ ନଳକୂପ ଖୋଳାଯିବା ନେଇ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଥିଲା।
ବେହେରାଗୁଡ଼ା ଗ୍ରାମରେ ୧୫୦୦ ଲୋକ ବସବାସ କରୁଥିବା ବେଳେ ୩ଟି ନଳକୂପ ରହିଛି l ସେଥିମଧ୍ୟରୁ ଗୋଟିଏ ଅଚଳ ରହିଥିବାରୁ ୨ଟି ନଳକୂପର ପାଣି ଗ୍ରାମବାସୀଙ୍କ ଆବଶ୍ୟକତା ମେଣ୍ଟାଇ ପାରୁନାହିଁ। ଏ ନେଇ ଗ୍ରାମରେ ଅନେକ ସମୟରେ ପାଣି ପାଇଁ ଗଣ୍ଡଗୋଳ ହେଉଛି। ବାରମ୍ବାର ଜଣାଇବା ସତ୍ତ୍ୱେ ସମସ୍ୟାର ସମାଧାନ ନ ହେବାରୁ ଗତ ୨୦ ତାରିଖରେ ଗ୍ରାମବାସୀ ହାଣ୍ଡି ବାଲ୍ଟି ରଖି ରାସ୍ତାରୋକୋ କରିଥିଲେ। ଏହି ସମୟରେ ସ୍ଥାନୀୟ ସରପଞ୍ଚ ଓ ପାନୀୟ ଜଳ ଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ଆସି ୨୪ ଘଣ୍ଟା ମଧ୍ୟରେ ଉକ୍ତ ଗ୍ରାମରେ ଆଉ ଏକ ନଳକୂପ ଖୋଲାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଗ୍ରାମବାସୀ ରାସ୍ତାରୋକୋ ହଟାଇଥିଲେ। କିନ୍ତୁ ପ୍ରଶାସନର ପ୍ରତିଶ୍ରୁତିକୁ ୭ ଦିନ ବିତିଯାଇଥିଲେ ମଧ୍ୟ ନଳକୂପ ଖୋଳା ନ ଯିବାରୁ ଗ୍ରାମବାସୀ ପୁଣି ରାସ୍ତାରୋକୋ କରିଥିଲେ। ଫଳରେ ପ୍ରାୟ ଅଧଘଣ୍ଟା ଗାଡ଼ି ଚଳାଚଳ ବାଧା ପାଇଥିଲା। ବିଭାଗୀୟ ଯନ୍ତ୍ରୀ ସେଠାରେ ପହଞ୍ଚତ୍ ରାତିସୁଦ୍ଧା ଗାଁରେ ନଳକୂପ ଖୋଲାଯିବା ନେଇ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri