ପ୍ରତିଶ୍ରୁତି ରଖିଲାନି ପ୍ରଶାସନ

ବିନିକା,୯ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଗଁାର ଜିବର୍ଦ୍ଧନ କର୍ଣ୍ଣଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିଲା। ଘଟଣାକୁ ଇତିମଧ୍ୟରେ ୫ବର୍ଷ ୬ମାସ ବିତିଛି। ହେଲେ ସେହି ସମୟରେ ଜିଲା ପ୍ରଶାସନ ଦେଇଥିବା ଲିଖିତ ପ୍ରତିଶ୍ରୁତି ଅନୁଯାୟୀ ଜିବର୍ଦ୍ଧନଙ୍କ ସ୍ତ୍ରୀ ଜୟନ୍ତୀ କର୍ଣ୍ଣ(୩୫)ଙ୍କୁ ଅଦ୍ୟାବଧି ସରକାରୀ ଚାକିରି ମିଳିନାହିଁ । ଫଳରେ ୩ଝିଅଙ୍କ ସହ ସେ ଦୁର୍ବିଷହ ଜୀବନ ବିତାଉଛନ୍ତି। ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଏପରିକି ବିଧାୟକ, ମନ୍ତ୍ରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏପରିକି ବିନିକାରେ ବିଭିନ୍ନ ସମୟରେ ହୋଇଥିବା ଜିଲାପାଳଙ୍କ ଜନ ଶୁଣାଣିରେ ଜଣାଇଲେ ମଧ୍ୟ କେବଳ ମିଳିଛି ପ୍ରତିଶ୍ରୁତି ବୋଲି ଜୟନ୍ତୀ କହିଛନ୍ତି।
୨୦୧୭ ନଭେମ୍ବର ୨୭ତାରିଖ ରାତ ପ୍ରାୟ ୯ଟାରେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଜିବର୍ଦ୍ଧନ କାମ ସାରି ଗଁାକୁ ଫେରୁଥିବା ବେଳେ ହାତୀପଲ ହାବୁଡ଼ରେ ପଡ଼ିଥିଲେ। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଅନୁକମ୍ପାମୂଳକ ସହାୟତା ସାଙ୍ଗକୁ ପରିବାର ଭରଣ ପୋଷଣ ପାଇଁ ମୃତକଙ୍କ ସ୍ତ୍ରୀଙ୍କୁ ଯୋଗ୍ୟତା ଅନୁସାରେ ଚାକିରି ଦେବାକୁ ଦାବି କରି ୨୮ତାରିଖରେ ଶତାଧିକ ଲୋକେ ବିନିକା-ସୋନପୁର ମୁଖ୍ୟରାସ୍ତା ଅବରୋଧ କରିିଥିଲେ। ସ୍ଥାନୀୟ ପ୍ରଶାସନ ଓ ଅଞ୍ଚଳବାସୀଙ୍କ ଉପସ୍ଥିତିରେ ତତ୍କାଳୀନ ସୋନପୁର ଉପଜିଲାପାଳ ବଳରାମ ମଲ୍ଲିକ ବିନିକାରେ ଆଦର୍ଶ ବିଦ୍ୟାଳୟ ଖୋଲିଲେ ଜୟନ୍ତୀଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ମିଳିବ ବୋଲି ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ହେଲେ ବିନିକାରେ ଆଦର୍ଶ ବିଦ୍ୟାଳୟ ଖୋଲିବାର ୪ବର୍ଷ ବିତି ଯାଇଥିଲେ ମଧ୍ୟ ଜୟନ୍ତୀଙ୍କୁ କର୍ମ ସଂସ୍ଥାନ ଦିଆଯାଇନାହିଁ। ଏପରିସ୍ଥଳେ ୩ଝିଅ ଗାୟତ୍ରୀ(୧୬), ଧରିତ୍ରୀ(୧୩) ଓ ଅନନ୍ୟା(୮)ଙ୍କ ଲାଳନ ପାଳନ ସହ ତାଙ୍କର ଭବିଷ୍ୟତ ଗଠନ ନେଇ ଚିନ୍ତାରେ ପଡିଛନ୍ତି ଜୟନ୍ତୀ। ବିଧବା ଭତ୍ତା ଓ ପିଡିଏସ୍‌ ଚାଉଳ ମିଳୁଛି। ମାତ୍ର ତାହା ଅଭାବକୁ ପୂରଣ କରି ପାରୁନାହିଁ। ସୋମବାର ବହୁ ଆଶା ରଖି ଜୟନ୍ତୀ ୩ଝିଅଙ୍କୁ ସାଥିରେ ଧରି ବିନିକାଠାରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ଆସି ତାଙ୍କ ସମସ୍ୟା ଓ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ସମ୍ପର୍କରେ ଜଣାଇଥିଲେ। ହେଲେ ପ୍ରଶାସନିକ ଅଧିକାରୀମାନେ ଋଣ ନେଇ ସ୍ବାବଲମ୍ବୀ ହେବାକୁ ଜୟନ୍ତୀଙ୍କୁ ପରାମର୍ଶ ଦେଇଥିଲେ। ପରେ ତାଙ୍କ ଅଭିଯୋଗ ପତ୍ରକୁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ ପାଖକୁ ପଠାଇ ଦେଇଥିଲେ। ଏହାପରେ ଜୟନ୍ତୀ ଓ ୩ଝିଅଙ୍କ ସହ ନିରାଶ ହୋଇ ଘରକୁ ଫେରୁଥିବା ଦେଖିବାକୁ ମିଳିଥିଲା। ଜିଲା ପ୍ରଶାସନ ସହୃଦୟତାର ସହ ଜୟନ୍ତୀଙ୍କୁ ଥଇଥାନ କରିବା ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?