ଶୁଣିଲାନି ପ୍ରଶାସନ : ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ମାଲକାନଗିରି, ୪ା୧୦(ଡି.ଏନ.ଏ.):ଶୁଣିଲାନି ପ୍ରଶାସନ, ଶେଷରେ ବାଧ୍ୟ ହୋଇ ଗ୍ରାମବାସୀ ନିଜେ ରାସ୍ତା ନିର୍ମାଣ କଲେ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନାଗିରି ଜିଲା ଖଇରପୁଟ ବ୍ଲକ କୁଡୁମୁଲୁଗୁମ୍ମା ପଞ୍ଚାୟତର ପଡ଼ା କୋଲାନୀ ଗ୍ରାମରେ। ପଞ୍ଚାୟତ ସଦର ମହକୁମାରଠାରୁ ମାତ୍ର ଏକ କିଲୋମିଟର ଦୂରରେ ଥିବା ଏହି ଗ୍ରାମର ଗ୍ରାମବାସୀ ପୂର୍ବରୁ ଯାତାୟାତ କରୁଥିବା ରାସ୍ତାକୁ ଆଦର୍ଶ ବିଦ୍ୟାଳୟ ହେବା ପରେ ବନ୍ଦ କରାଯାଇଥିଲା। ଫଳରେ ଗ୍ରାମକୁ ଯାତାୟାତ କରିବା କଷ୍ଟକର ହୋଇପଡିଲା। ଜରୁରୀ ସମୟରେ ଆମ୍ବୁଲାନ୍ସ କିମ୍ବା ଅନ୍ୟାନ୍ୟ ଗାଡି ମୋଟର ଯିବା ଆସିବା କରିବା ସମ୍ଭବ ହେଉ ନ ଥିଲା। ଆବଶ୍ୟକ ସମୟରେ ଗର୍ଭବତୀ ମହିଳା, ରୋଗୀ, ଛାତ୍ରୀଛାତ୍ରମାନେ ପ୍ରାୟ ସାଢ ୪ କିଲୋମିଟର ଗୁଣ୍ଡୁରିଗୁଡା ରାସ୍ତା ଦେଇ ସଦର ମହକୁମାରକୁ ଯାତାୟାତ କରୁଥିଲେ। ଯଦି କୌଣସି ଜରୁରୀ କାମ ପଡେ ତେବେ ଲୋକେ ନିକଟରେ ଥିବା ନାଳ ରାସ୍ତା ଦେଇ ଯାତାୟତ କରନ୍ତି। ଏହି ନାଳ ରାସ୍ତାଟି ଖାଲଖମାରେ ପୂର୍ଣ୍ଣ ହୋଇ ପାଣି ଥିବାରୁ ଏହି ରାସ୍ତା ଦେଇ ଯାତାୟାତ କରିବା କଷ୍ଟକର ହେଉଥଲା। ଅନ୍ୟ ଗାଁ ରାସ୍ତା ଦେଇ ଯାତାୟାତ କରିବାକୁ ହେଉଥିଲା। ସେହି ରାସ୍ତାରେ ମାଟି ପକାଯାଇଥିବାରୁ ବର୍ଷା ଦିନରେ କାଦୁଅ ହୋଇପଡିଛି। ଲୋକେ ଏହି ରାସ୍ତାରେ ଯାତାୟାତ ବେଳେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ରାସ୍ତା ନିର୍ମାଣ ନେଇ ଦୁଇ ବର୍ଷ ତଳେ ଜନପ୍ରତିନିଧି ଓ ପ୍ରଶାସନ ଅଧିକାରୀଙ୍କୁ ବାରମ୍ବାର ଜଣାଇ ଏଯାଏ କୌଣସି ସୁଫଳ ମିଳିନାହିଁ। ଜନପ୍ରତିନିଧି ଓ ପ୍ରଶାସନ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ରାସ୍ତା ନିର୍ମାଣ କରୁ ନ ଥିଲେ। ବାଧ୍ୟ ହୋଇ ଶେଷରେ ସୋମବାର ଗ୍ରାମବାସୀ ନିଜ ଉଦ୍ୟମରେ ଶ୍ରମଦାନ କରି ନିର୍ମାଣ କରିଛନ୍ତି। ଜିଲା ପ୍ରଶାସନ ଏହାକୁ ଗୁରୁତ୍ୱ ଦେଇ ତୁରନ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri