ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କୋକସରା, ୩୧।୮ (ଡି.ଏନ.ଏ.) କଳାହାଣ୍ଡି ଜିଲା ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା କୋକସରା ବ୍ଲକ କାଉଡୋଲା-ଲଡୁଗାଁ ରାସ୍ତା ଶୋଚନୀୟ ହୋଇପଡିଛି। ଏ ନେଇ ଅଞ୍ଚଳବାସୀ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧିଙ୍କୁ ବାରମ୍ବାର ଜଣାଇଥିଲେ ହେଁ କିଛି ସୁଫଳ ମିଳିନାହିଁ । ଫଳରେ ସୁନାମାଲ ଗ୍ରାମବାସୀ ନିଜ ଉଦ୍ୟମରେ ରାସ୍ତା ମରାମତି କରି ଉଦାହରଣ ସୃଷ୍ଟି କରିଛନ୍ତି । ୫୦ରୁ ଅଧକ ଯୁବକ ଓ କିଛି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗରେ ରି ରାସ୍ତା ମରାମତି କରାଯାଇଛି।
୨୦୧୨ରେ ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କାଉଡୋଲା ଛକ ୨୬ ନମ୍ବର ଜାତୀୟ ରାଜପଥରୁ ଲଡୁଗାଁ ପର୍ଯ୍ୟନ୍ତ ୪.୧୫୦ କି.ମି. ରାସ୍ତାକୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ସାମିଲ କରି କାମ କରାଯାଇଥିଲା । ଠିକା ସଂସ୍ଥା ପକ୍ଷରୁ ୨୦୧୭-୧୮ ବର୍ଷରେ ରାସ୍ତାର ରକ୍ଷଣାବେକ୍ଷଣ କରାଯାଇ ଥିଲା। ହେଲେ ଅତି ନିମ୍ନମାନର କାମ ଯୋଗୁ ଅଳ୍ପ ଦିନରେ ରାସ୍ତା ଶୋଚନୀୟ ହୋଇପଡିଥିଲା। ଖାଲ ଖମାରେ ପରିଣତ ହୋଇଥିଲା । ସେହି ସମୟରେ ରାସ୍ତାର ଅବସ୍ତା ଦେଖି ପୁଣି ୫୩ ଲକ୍ଷ ଟଙ୍କା ବ୍ୟୟ କରି ଗ୍ରାମ୍ୟ ଉନ୍ନୟନ ବିଭାଗ ମରାମତି କରିଥିଲା। ହେଲେ କମ୍‌ ଦିନରେ ରାସ୍ତାରୁ ପିଚୁ ଉଠି ଯାଇଛି। ଫଳରେ ଦୁର୍ଘଟଣା ଘଟି ଲୋକଙ୍କ ଧନଜୀବନ ହାନି ହେଉଛି। ଏହି ରାସ୍ତା ଉପରେ ବିଭାଗୀୟ ଅଧିକାରୀମାନଙ୍କର ନଜର ପଡୁ ନ ନାହିଁ। ରାସ୍ତା ମରାମତି କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଦୃଷ୍ଟି ଅକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳିପାରି ନାହିଁ। ଶେଷରେ ଗାଁ ଲୋକେ ମିଶି ରାସ୍ତା ମରାମତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?