ଶୁଣିଲାନି ପ୍ରଶାସନ, ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ୮ ଖଣ୍ଡ ଗାଁର ଲୋକେ, ଚେତାବନୀ ଦେଇ କହିଲେ…

ଥୁଆମୂଳ ରାମପୁର,୩୦ା୮(ଦୁର୍ଗା କୀର୍ତ୍ତି): ବାରମ୍ବାର ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ । ଶେଷରେ ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ୮ ଖଣ୍ଡ ଗାଁର ଲୋକେ। ଗାଁରର ସମସ୍ତ ପୁରୁଷ ଏବଂ ଯୁବକ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିବା ସହ ଆଗାମୀ ମାସେ ମଧ୍ୟରେ ଏହି ରାସ୍ତା ପ୍ରତି ଯୋଦି ପ୍ରଶାସନ କୌଣସି ବ୍ୟବସ୍ଥା ନ କରନ୍ତି ତେବେ ଆମେ ସମସ୍ତ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବୁ ବୋଲି ଚେତାବନୀ ଦେଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସଦରସ୍ଥିତ ଥୁଆମୂଳ ରାମପୁର (ନୂଆପଡ଼ା)ରେ।

ପ୍ରକାଶ ଯେ, ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୧ କିଲୋମିଟର ଦୂରତାରେ ଦେଖାଦେଇଛି ଏଭଳି ଘଟଣା। ଏହି ରାସ୍ତା ଥୁଆମୂଳ ରାମପୁର (ନୂଆପଡ଼ା/ତହସିଲ ପଡ଼ା) ଦେଇ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମେତ ଟିକ୍ରାଗୁଡ଼ା, ପିଣ୍ଡା ପଦର, ମେଲକୁନ୍ଦେଲ, ବଡ଼ବଣ୍ଡେଲକୁ ଗତ କିଛି ବର୍ଷ ତଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଇଥିଲା। ହେଲେ ମାତ୍ର ୩ଶହ ମିଟରରୁ ଊର୍ଦ୍ଧ୍ୱ ରାସ୍ତା ନିର୍ମାଣ ନ କରି ଛାଡ଼ି ଦିଆଯାଇଛି। ଫଳରେ ବର୍ଷାଦିନ ଆସିଲେ ସେହି ରାସ୍ତାରେ ଏହି ଗ୍ରାମ ସମେତ ନୂଆପଡ଼ା, ପୋଇଗୁଡା, ଦେରଗୁଡ଼ା, ଜାମଗୁଡ଼ା, ଘୁଟିଗୁଡ଼ା, ବାଇଗଣଗୁଡ଼ା ଭଳି ଅନେକ ଗ୍ରାମର ଯିବା ଆସିବା କରୁଥିବା ଗାଡ଼ିମୋଟର ଯାତାୟାତରେ ବାଧାପ୍ରାପ୍ତ ହେବା ସହ ବିଦ୍ୟାଳୟକୁ ଛାତ୍ରୀଛାତ୍ର ତଥା ଶିକ୍ଷକ ଶିକ୍ଷୟିତ୍ରୀ ଯିବା ମୁସ୍କିଲ ହୋଇପଡୁଥିବା ଅଞ୍ଚଳବାସୀ କହିଛନ୍ତି। ଏବେ ଜରୁରୀକାଳିନ ସ୍ବାସ୍ଥ୍ୟସେବା ପାଇଁ ଆମ୍ବୁଲାନ୍ସ ଆସିବା ମଧ୍ୟ ସେ ଅଳ୍ପ ରାସ୍ତାରେ କଷ୍ଟ ହେଉଛି। ଉକ୍ତ ରାସ୍ତାରେ ପାଖାପାଖି ୮ଖଣ୍ଡ ଗ୍ରାମ ତଥା ପଡ଼ାର ଜନସାଧାରଣ ନିର୍ଭର କରୁଥିବା ବେଳେ ସେମାନେ ମଧ୍ୟ ବ୍ଲକ ତଥା ପଞ୍ଚାୟତକୁ ପିଡିଏସ୍‌ ଚାଉଳ ହେଉ କି ସରକାରୀ ଓ ବେସରକାରୀ କାର୍ଯ୍ୟ ପାଇଁ ସେମାନେ ଥୁଆମୂଳ ରାମପୁର ଯିବାକୁ ଗାଁରୁ ବାହାରିଲେ ସେହି ୩ଶହ ମିଟର କଚ୍ଚା ରାସ୍ତାରେ ଯାତାୟାତ କରୁଛନ୍ତି। ଗାଁକୁ ଆମ୍ବୁଲାନ୍ସ କିମ୍ବା ଜରୁରୀକାଳିନ ପରିସ୍ଥିତିରେ ଦମକଳ ହେଉ କି ଅନ୍ୟ କିଛି ଗାଡ଼ି ଆସିବା ପାଇଁ ନାନାଦି ଅସୁବିଧା ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେମାନେ ଏହି ୩ଶହ ମିଟର କାଦୁଅ ରାସ୍ତା ସମ୍ପ୍ରସାରଣ /ମରାମତି ପାଇଁ ପଞ୍ଚାୟତ ଅଧିକାରୀଙ୍କଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ଅନେକ ଥର ଅଭିଯୋଗ କରିଛନ୍ତି।

ସେହିପରି ବିଧାୟକ, ଏମ୍ପିଙ୍କୁ ମଧ୍ୟ ବହୁବାର ଜଣାଇଥିଲେ ମଧ୍ୟ ଫଳ ଶୂନ। ଶେଷରେ ସବୁ ଆଡୁ ନିରାଶ ହୋଇ ୮ଖଣ୍ଡ ଗ୍ରାମବାସୀ ଏହି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରାସ୍ତା ମରାମତି କରିଛନ୍ତି। ରାସ୍ତାକଡ଼ରେ ଥିବା ଲତାବୁଦା କଟାଯିବା ସହ ଖାଲଢିପକୁ ସମତଳ ପାଇଁ ମାଟି ଖୋଳି ପକାଯାଇ ଗାତ ପୋତା ଯାଇଛି।

ଏନେଇ ବିଡିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ପଚାରିବାରୁ ଆମେ ଜିଲାପାଳଙ୍କ ସହ ଏ ବିଷୟରେ ଆଲୋଚନା କରିଛୁ ଏବଂ ଆମେ ଚେଷ୍ଟା ମଧ୍ୟ କରୁଛୁ ଜମି ମାଲିକଙ୍କ ସହ କଥା ହୋଇ କ’ଣ ହୋଇପାରିବ ଆମେ କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri