ଧ୍ୟାନ ଦେଲାନି ପ୍ରଶାସନ, କେନାଲ ସଜାଡ଼ିଲେ ଚାଷୀ

ବୁଗୁଡ଼ା,୪ା୮(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ଗୋଳାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଚିଲିଖମା ଗ୍ରାମରେ କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଜାଉପାଣିଆ ଘାଇ ଦ୍ୱାରା ଚିଲିଖମା ଓ ଗୋଳାବନ୍ଧ ଗ୍ରାମର ଚାଷୀ ଉପକୃତ ହେଉଥିଲେ। ତେବେ ଏହି ଘାଇ ପାଣିକୁ ନେଇ ଗତବର୍ଷ ଉଭୟ ଗାଁ ମଧ୍ୟରେ ଗଣ୍ଡଗୋଳ ସହ ମାର୍‌ପିଟ ପରିସ୍ଥିତି ଉପୁଜିଥିଲା। ଏହି ଘାଇରୁ ପାଣି ଆସିବାକୁ ଥିବା ଏକ ଛୋଟିଆ କେନାଲର ଦୁଇପାଖ ମାଟି ଭୁଶୁଡି କେନାଲ ପୋତି ହୋଇଯିବା ଫଳରେ ଜଳସେଚନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇ ପାଣି ଜମିକୁ ଯାଇପାରୁନାହିଁ। କ୍ଷୁଦ୍ର ଜଳସେଚନ ବିଭାଗ ଚାଷୀଙ୍କ ଏହି ସମସ୍ୟାକୁ ଅଣଦେଖା କରୁଥିବା ଅଭିଯୋଗ କରି ବୁଧବାର ଚିଲିଖମା ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଦୀର୍ଘ ୩୦୦ ମିଟର ପର୍ଯ୍ୟନ୍ତ କେନାଲରୁ ମାଟି ବାହାର କରାଯାଇଥିବା ବେଳେ ଆହୁରି ପ୍ରାୟ ୮୦୦ ମିଟର ବାକି ରହିଛି। କେନାଲରେ ଅଧିକ ପାଣି ଥିବାରୁ ଅବଶିଷ୍ଟ ମାଟି ଉଠିପାରି ନ ଥିବା ଗ୍ରାମବାସୀ କହିଛନ୍ତି। ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଥିବା ବେଳେ ଗଣ୍ଡଗୋଳ ଆଶଙ୍କାରେ କ୍ଷୁଦ୍ର ଜଳସେଚନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଉ ନ ଥିବା ଜଣାପଡ଼ିଛି। ଏ ନେଇ ବର୍ତ୍ତମାନ ନୂତନ ଭାବେ ଯୋଗଦେଇଥିବା ବିଭାଗୀୟ କନିଷ୍ଠଯନ୍ତ୍ରୀ ଗୟାଚାନ୍ଦ ନାୟକଙ୍କୁ ପଚାରିବାରେ ଗ୍ରାମବାସୀଙ୍କ ପକ୍ଷରୁ ବିଭାଗକୁ ଏ ସମ୍ପର୍କରେ କୌଣସି ଅବଗତ କରାଯାଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri