ପୋତାଯାଇଥିବା ପୋଖରିକୁ ଖୋଳିଲା ପ୍ରଶାସନ

ବାରଙ୍ଗ,୧୫ା୫(ଡି.ଏନ୍‌.ଏ.): ଦେଢ଼ବର୍ଷ ପୂର୍ବେ ପୋତାଯାଇଥିବା ଏକ ପୋଖରିକୁ ରବିବାର ତହସିଲ ପକ୍ଷରୁ ପୁଣିଥରେ ଖୋଳାଯାଇଛି। ବାରଙ୍ଗ ତହସିଲ ଅନ୍ତର୍ଗତ ପାଟପୁରଛକ ନିକଟରେ ରହିଥିବା ଗଁା ପୋଖରୀକୁ ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ବ୍ୟବହାର କରିଥାନ୍ତି। ଦୁଇଟି ପ୍ଲଟ୍‌କୁ ନେଇ ନିର୍ମିିତ ପୋଖରିର ଗୋଟିଏ ପ୍ଲଟ୍‌କୁ ଜଣେ ମହିଳା କିଣିଥିଲେ। ଉଭୟ ପ୍ଲଟ୍‌ର କିସମ ଜଳାଶୟ ରହିଥିବା ବେଳେ କିଣିଥିବା ମହିଳା ରାତାରାତି ଦୁଇଟି ପ୍ଲଟ୍‌କୁ ମୋରମ ଓ ବାଲି ଦ୍ୱାରା ପୋତି ଦେଇଥିଲେ। ସକାଳେ ଏହା ଜଣାପଡ଼ିବା ପରେ ୨୦୨୧ ଜୁନ୍‌ ୮ରେ ପାଟପୁର ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ବାରଙ୍ଗ ତହସିଲ କର୍ମଚାରୀ ଓ ରାଜସ୍ବ ନିରୀକ୍ଷକ ଏବଂ ବାରଙ୍ଗ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାଶୁଝା କରି ଫେରିଥିଲେ। ପୋତାଯାଇଥିବା ପୋଖରୀକୁ ଗ୍ରାମବାସୀଙ୍କ ବ୍ୟବହାର ପାଇଁ ରବିବାର ତହସିଲ ପକ୍ଷରୁ ଖୋଳାଯାଉଛି, ଯାହାକୁ ନେଇ ପାଟପୁର ଗଁାରେ ଖୁସିର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri