ପ୍ରତିଶ୍ରୁତି ଦେଇ ଭୁଲିଗଲା ପ୍ରଶାସନ

ତେନ୍ତୁଳିଖୁଣ୍ଟି, ୬।୨(ଡି.ଏନ୍‌.ଏ.):ଗରିବଙ୍କ ହିତରେ ସରକାର ଯୋଜନା ପରେ ଯୋଜନା କରୁଛନ୍ତି। କିନ୍ତୁ ସେ ସବୁର ଲାଭ ମିଳୁନି ଯୋଗ୍ୟ ହିତାଧିକାରୀଙ୍କୁ। ବିଭିନ୍ନ କାରଣରୁ ହିତାଧିକାରୀମାନେ ଏହି ସୁବିଧା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଏକ ଉଦାହରଣ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗ ପଦର ପଞ୍ଚାୟତ ଅଧୀନ ଖାତିଗୁଡ଼ା ଗାଁରେ ଦେଖିବାକୁ ମିଳିଛି ।
ଖାତିଗୁଡ଼ା ଗାଁରେ ବୃଦ୍ଧା ପଦ୍ମା ପ୍ରଧାନୀ (୭୮) ଝିଅ ଚଞ୍ଚଳା (୩୦)ଙ୍କ ସହ ରୁହନ୍ତି। ପଦ୍ମାଙ୍କୁ ମାସିକ ୫ଶହ ଟଙ୍କା ଭତ୍ତା ଓ ୩୫ କେଜି ଚାଉଳ ମିଳୁଛି। ଏତିକିରେ ହିଁ ୨ ପ୍ରାଣୀ ଚଳୁଛନ୍ତି। ଚଳିବାରେ ଅସୁବିଧା ହେବାରୁ ପଦ୍ମା ପର ଦୁଆରେ ଏକ କାମ କରୁଛନ୍ତି। ସେଥିରୁ ଯାହା କିଛି ଟଙ୍କା ମିଳୁଛି ସେଥିରେ ଚଳୁଛନ୍ତି ମା’ ଝିଅ। ଏବେ ଭଙ୍ଗା ଘରେ ରହୁଛୁ। ଚଳିବାକୁ ସମ୍ବଳ ପର୍ଯ୍ୟାପ୍ତ ହେଉନି। ଘର କେମିତି ମରାମତି କରିବୁ ବୋଲି ପଦ୍ମା କହିଛନ୍ତି। ଗତ ବର୍ଷ ପୁଅର ମୃତ୍ୟୁ ଘଟିଛି। ବର୍ଷାବେଳେ ମଧ୍ୟ ଭାଗ୍ୟକୁ ଆଦରି ସେହି ଭଙ୍ଗା ଘରେ ପଡି ରହିଥିଲୁ। ପଞ୍ଚାୟତ ନିର୍ବାହୀ ଅଧିକାରୀ, ବିଡିଓ, ସରପଞ୍ଚ ସଭିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଆବାସ ଯୋଜନାରେ ଘର ଦେବାକୁ ପ୍ରତିଶ୍ରୁତି ମିଳିଥିଲା। ଏଥିପାଇଁ ଆବଶ୍ୟକ କାଗଜପତ୍ର ମଧ୍ୟ ଦେଇଥିଲୁ। ତଥାପି ଘର ମିଳିନି ବୋଲି ପଦ୍ମା କହିଛନ୍ତି। ତେନ୍ତୁଳିଖୁଣ୍ଟି ବ୍ଲକରେ ୩ହଜାର ୩ଶହ ୪୮ ଜଣଙ୍କୁ ଆବାସ ଘର ମିଳିଛି। କିନ୍ତୁ ଏଥିରେ ପଦ୍ମାଙ୍କ ନାମ ନାହିଁ। ରାଜନୈତିକ ଦଳମାନେ ଦାବିପତ୍ର ଦେଇ, ବିକ୍ଷୋଭ କରି ନିଜ କାମ ସାରିଦେଉଛନ୍ତି। କିନ୍ତୁ ହିତାଧିକାରୀଙ୍କ ଦୁଃଖ ଯେଉଁଠି ଥିଲା ସେଇଠି। ଏ ନେଇ ବିଡିଓ
ଦୁର୍ଯ୍ୟୋଧନ ଭୋଇଙ୍କୁ ପଚାରିବାରୁ ଆମ ସ୍ତରରେ ଉଚିତ ହିତାଧିକାରୀଙ୍କ ନାମ ଯାଇଥିଲା। ଉପରସ୍ତରରେ ତାଲିକା ଛାଡିଲା ବେଳେ ଉପର ତଳ ହୋଇଯାଇଥାଇପାରେ। ପରବର୍ତ୍ତୀ ତାଲିକାରେ ନିଶ୍ଚୟ ପଦ୍ମାଙ୍କ ଭଳି ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଗୃହ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri