ରାଶନ କାର୍ଡ ଧରାଇ ଚୁପ୍‌ ବସିଛି ପ୍ରଶାସନ

ନାଉଗାଁ,୨୧ା୧(ସ୍ବ.ପ୍ର.): ମୃତ ଶ୍ୱଶୁର ଓ ଶାଶୁଙ୍କ ନାଁରେ ଖାଉଟି ସାମଗ୍ରୀ ଉଠାଯାଉଛି ବୋଲି ନାଉଗାଁ ବ୍ଲକ ଅଲଣା ପଞ୍ଚାୟତ ସଠଳପୁର ଗ୍ରାମର କୁଇନି ରାଉତ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ଶାଶୁ, ଶ୍ୱଶୁରଙ୍କ ମୃତ୍ୟୁପରେ ତାଙ୍କ ପରିବାରକୁ ରାଶନ କାର୍ଡ ପ୍ରଦାନ କରାଯାଉନାହିଁ ବୋଲି ସେ ଦର୍ଶାଇଥିଲେ। ଏହି ଅଭିଯୋଗର ନକଲ ଜିଲାପାଳ, ୫-ଟି ସଚିବ ଓ ଯୋଗାଣ ମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ। ଏହାର ୩ ମାସ ପରେ କୁଇନିଙ୍କୁ ଉକ୍ତ ଯୋଜନାରେ ସାମିଲ କରାଯାଇଛି। ମାତ୍ର ଖାଉଟି ସାମଗ୍ରୀ ଉଠାଯିବା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଏ ସମ୍ପର୍କିତ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସମ୍ପୃକ୍ତ ଡିଲରଙ୍କ ସମ୍ପର୍କରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଖାଦ୍ୟ ଯୋଗାଣ କମିଶନ ଅଧ୍ୟକ୍ଷ ଟୁଇଟ୍‌ କରି ଖାଦ୍ୟ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ନିର୍ଦ୍ଦେଶକୁ ଜଗତ୍‌ସିଂହପୁର ଜିଲା ଯୋଗାଣ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯାଇନାହିଁ। ଅପରପକ୍ଷେ ନାଉଗାଁ ବ୍ଲକ ଯୋଗାଣ ନିରୀକ୍ଷିକା ନୀଳିମା ମହାନ୍ତି ୧୦ ନଭେମ୍ବରରେ କୁଇନିଙ୍କ ଘରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ତାଙ୍କଠାରୁ ମୃତ ଶାଶୁ ଓ ଶଶୁରଙ୍କ ନାମରେ ଥିବା ଖାଉଟି କାର୍ଡ ସହ ଆବଶ୍ୟକ କାଗଜପତ୍ର ସଂଗ୍ରହ କରିଥିଲେ। କିନ୍ତୁ ସମ୍ପୃକ୍ତ ଡିଲର ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ।
ଏ ସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀ ନୀଳିମା ମହାନ୍ତି କୁହନ୍ତି, ତଦନ୍ତ କରାଯାଇ ରିପୋର୍ଟ ଜିଲା ଯୋଗାଣ ବିଭାଗ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକୋରା କହିଛନ୍ତି, ତଦନ୍ତ ସରିଛି। ରିପୋର୍ଟକୁ ବିଚାରକୁ ନିଆଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ପ୍ରଶାସନ କେବେ କୁଇନିଙ୍କ ପରିବାରକୁ ନ୍ୟାୟ ଦେବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri