ବେଆଇନ ଇଟାଭାଟିକୁ ପ୍ରଶାସନର ଲଗାମ ନାହିଁ

କୋରେଇ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଗଢ଼ିଉଠିଥିବା ବେଆଇନ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନର ଲଗାମ ନାହିଁ। କୋରେଇ ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର, ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚିମିନି ଇଟାଭାଟି ଥିବା ସହିତ ଅନେକ ଗ୍ରାମ ତଥା ରାସ୍ତା କଡ଼ରେ ଫ୍ଲାଏ ଆସ ଇଟା ଭାଟି ରହିଛି। ଏଥିରୁ ନିର୍ଗତ ଧୂଆଁ ଓ ଧୂଳି ଦ୍ୱାରା ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପଡୁଛି। ଏଥିରୁ ଅଧିକାଂଶ ଇଟାଭାଟି ସରକାରୀ, ଅନାବାଦୀ, ଗୋଚର ଓ ସର୍ବସାଧାରଣ ଜମିରେ ହୋଇଥିବାର ଅଭିଯୋଗ ହେଉଛି। ଇଟା ନିର୍ମାଣ ପାଇଁ ମାଟି ଓ ବାଲି ବୈତରଣୀ ନଦୀ ପଠାରୁ ସଂଗ୍ରହ କରାଯାଉଛି। ଫଳରେ ନଦୀ ପଠାରେ ବଡ଼ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଏହାଦ୍ୱାରା ନଦୀ କୂଳବର୍ତ୍ତୀ ଗଁାଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୋଇଛି। ଚିମିନି ଭାଟିରେ ଇଟା ପୋଡ଼ିବାକୁ କାଠ ବ୍ୟବହାର ହେଉଥିବାରୁ ଜଙ୍ଗଲ କ୍ଷୟ ହେବା ସହିତ ସ୍ଥାନୀୟ ଅଞ୍ଚଳରେ ଉତ୍ତପ୍ତ ପରିବେଶ ସୃଷ୍ଟି ହେଉଛି। ମୃତ୍ତିକା କ୍ଷୟ ଓ ପ୍ରଦୂଷଣକୁ ରୋକିବା ପାଇଁ ରାଜ୍ୟ ସରକାର ମାଟି ତିଆରି ଇଟା ନିର୍ମାଣରେ ରୋକ ଲଗାଇଛନ୍ତି । ଏଠାରେ ନିୟମ ଉଲଂଘନ କରାଯାଇ ମୂଳାପାଳ ପଞ୍ଚାୟତଠାରୁ ରଣପୁର ପଞ୍ଚାୟତ ପର୍ଯ୍ୟନ୍ତ ବୈତରଣୀ ନଦୀର ପାର୍ଶ୍ୱ ୨୦ କିମିରୁ ଊର୍ଦ୍ଧ୍ୱ ନଦୀବନ୍ଧ ରାସ୍ତାର ଉଭୟ କଡ଼ରେ ଅନେକ ବେଆଇନ ଇଟାଭାଟି ଗଢ଼ି ଉଠିଛି। ରାଜ୍ୟକୁ ପ୍ରଦୂଷଣମୁକ୍ତ କରିବାକୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ କାମ କରୁଛି। ହେଲେ ଏହି ଇଟାଭାଟି ମାଲିକଙ୍କ ପାଇଁ ପ୍ରଦୂଷଣ ବିଭାଗ ଆଖି ବୁଜିଦେଇଛି। ବ୍ୟାସନଗର ତହସିଲ ଓ କଳିଙ୍ଗନଗର ପ୍ରଦୂଷଣ ବିଭାଗର କେତେଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମାସିକ ହାତଗୁଞ୍ଜା ଦେଇ ବ୍ୟବସାୟୀମାନେ ନିଜ କାମ ଆରାମରେ ଚଳାଇଛନ୍ତି। ତହସିଲ ପ୍ରଶାସନ ଏମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହିଁ। ଅଭିଯୋଗ ହେଲେ କଁା ଭଁା ଚଢ଼ାଉ କରାଯାଇ କିଛି ଜରିମାନା ଆଦାୟ କରାଯାଉଛି। ଏନେଇ ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝୀଙ୍କୁ ଫୋନ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ଗ୍ରହଣ କରି ନ ଥିଲେ। ତେବେ ଅତିରିକ୍ତ ତହସିଲଦାର ବିକ୍ରମ କୁମାର ମଲ୍ଲିକ ଇଟା ଭାଟି ପାଇଁ କୌଣସି ଅନୁମତି ଦିଆଯାଇ ନ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?