କୋଟିଆର ବିଭିନ୍ନ ଗ୍ରାମଛକରେ ଫଳକ ଲଗାଇଲା ପ୍ରଶାସନ

ପଟ୍ଟାଙ୍ଗୀ, ୨୮।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଲାଗିରହିଛି। ବିଭିନ୍ନ ସମୟରେ ଉଭୟ ରାଜ୍ୟର ଜିଲା ପ୍ରଶାସନ କୋଟିଆରେ ନିଜ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମଙ୍ଗଳବାର ଆନ୍ଧ୍ରର ସାଲୁର ପ୍ରଶାସନ ପକ୍ଷରୁ ନେରେଡିବଲାସାରେ ଗ୍ରାମସଭା କରାଯାଇଥିବା ବେଳେ ଏହାର ୨୪ ଘଣ୍ଟା ନ ପୂରୁଣୁ ଓଡ଼ିଶାର କୋରାପୁଟ ଜିଲା ଏହାର ଜବାବ ରଖିଛି। ବୁଧବାର କୋଟିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯିବାପାଇଁ ପଟ୍ଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ନାମଫଳକ ଲଗାଯାଇଛି। କୋଟିଆ ପଞ୍ଚାୟତକୁ ପ୍ରବେଶ କରୁଥିବା ସୀମାନ୍ତ ରାସ୍ତାଗୁଡ଼ିକରେ କଡାକଡି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହରୁମାଣ୍ଡିଙ୍ଗି, ଫାଟୁସିନେରି, ଡୋଲିଆମ୍ବ, ତଳଗଞ୍ଜେଇପଦର ଓ ନେରେଡିବାଲସା ଗ୍ରାମର ଛକଗୁଡ଼ିକରେ ନାମଫଳକ ଲଗାଯାଇଛି। ପରବର୍ତ୍ତୀ ସମୟରେ ପଞ୍ଚାୟତର ସମସ୍ତ ଗ୍ରାମ ଛକରେ ନାମଫଳକ ଲାଗିବ ବୋଲି ବିଡିଓ ସୌମ୍ୟସାର୍ଥକ ମିଶ୍ର କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ବିଡିଓ କୃଷ୍ଣଚନ୍ଦ୍ର ବିଶ୍ୱାସରାଏ, ଏପିଓ ସୌମେନ୍ଦ୍ର ନାୟକ, କନିଷ୍ଠଯନ୍ତ୍ରୀ ଅଜୟରାମ ତରାଇ, ପିଇଓ ନବହନ୍ତାଳ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri