ପ୍ରଶାସନ ନେଲା ବଡ଼ ପଦକ୍ଷେପ, ଏଣିକି ଜାତୀୟ ରାଜପଥରୁ ହଟିବ…

ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଦାରିଙ୍ଗବାଡ଼ି ବଜାର ଉପରେ ଜବରଦଖଲକାରୀଙ୍କୁ ଉଚ୍ଛେଦ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ ନେଇଛି। ଗୁରୁବାର ମିଳିତ ଭାବେ ଉଠାଦୋକାନୀଙ୍କୁ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦିଆଯିବା ସହ ଯେଉଁ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଡ୍ରେନ୍‌ ପର୍ଯ୍ୟନ୍ତ ଟିଣ ପକାଇଛନ୍ତି ସେଗୁଡିକୁ ଉଚ୍ଛେଦ ପାଇଁ ବାଲିଗୁଡ଼ା ଉପଜିଲାପାଳ ପ୍ରଣୀତା ଦାସ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ପାଇ ଗୁରୁବାର ତହସିଲଦାର ଧୀରଜ ପାତ୍ରଙ୍କ ନେତୃତ୍ୱରେ ବିଡିଓ ପ୍ରୀତୀରଞ୍ଜନ ରଥ, ଆଇଆଇଆସି ସଂଗ୍ରାମ କେଶରୀ ଜେନା ପ୍ରମୁଖ ଦାରିଙ୍ଗବାଡ଼ିର ୩ ଛକଠାରୁ ୪ ଛକ ପର୍ଯ୍ୟନ୍ତ ଉଠା ଦୋକାନୀଙ୍କୁ ଶୀଘ୍ର ନିଜ ଦୋକାନ ଉଠାଇ ଜବରଦଖଲ ଉଚ୍ଛେଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛି ଦୋକାନୀଙ୍କୁ ଥଇଥାନ ନ କରି ଉଚ୍ଛେଦ କରାଯାଉଥିବା ଅଭିଯୋଗ ହେଉଥିଲା। ଏଥିରେ ସରପଞ୍ଚ ଚନ୍ଦ୍ରିକା ମଳିକ ପଞ୍ଚାୟତ ପକ୍ଷରୁ ଭେଣ୍ଡିଂ ଜୋନ ଖୋଲାଯାଇଛି ପଞ୍ଚାୟତକୁ ଯୋଗାଯୋଗ କରି ନିଜ ଭେଣ୍ଡିଂ ଜୋନ୍‌ର ଗୋଟିଏ ଲେଖାଏ ଜାଗା ଗ୍ରହଣ କରିବାକୁ ଲୋକଙ୍କୁ ନିବେଦନ କରିଥିଲେ। ବିଡିଓ ପ୍ରୀତିରଞ୍ଜନ ରଥ ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରାଜପଥ ଉପରୁ ଜବରଦଖଲ ଉଚ୍ଛେଦ କରାଗଲେ ଟ୍ରାଫିକ ନିୟନ୍ତ୍ରଣରେ ସୁବିଧା, ପର୍ଯ୍ୟଟକଙ୍କୁ ପରିବେଶ ଭଲ ଲାଗିବ ଓ ଯାତାୟାତରେ ସୁବିଧା ପାଇଁ ଜବରଦଖଲ ଉଚ୍ଛେଦ କରାଯାଉଥିବା  କହିଥିଲେ। ଏନେଇ ତହସିଲଦାର ଧୀରଜ ପାତ୍ର କହିଥିଲେ ଯେ, ଜିଲା ପ୍ରଶାସନ ଓ ବାଲିଗୁଡ଼ା ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏହି ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯିଏ ଶୁଣିବନି ସେମାନଙ୍କୁ ଜବରଦସ୍ତ ଉଚ୍ଛେଦ କରାଯିବ ବୋଲି ସେ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri