ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୁହାରି ଶୁଣିଲା ପ୍ରଶାସନ

କୋରେଇ,୨୫।୯(ସ୍ବ.ପ୍ର.): ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୀତ ମାଧ୍ୟମରେ ଗୁହାରି ଶେଷରେ ପ୍ରଶାସନ ଶୁଣିଲା। ଗୃହ ନିର୍ମାଣ ନିମନ୍ତେ ପ୍ରଶାସନ ପକ୍ଷରୁ ତାଙ୍କୁ ବ୍ୟାସନଗର ତହସିଲ ଅନ୍ତର୍ଗତ କୋରେଇ ବ୍ଲକ ରଗଡ଼ି ମୌଜାରେ ବସୁନ୍ଧରା ଯୋଜନାରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଛି। ଶନିବାର ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝି ପ୍ରଫୁଲ୍ଲଙ୍କୁ ଡାକି ଜମି ପଟ୍ଟା ପ୍ରଦାନ କରିଛନ୍ତି। ପ୍ରଫୁଲ୍ଲ ଜଣେ ଦୃଷ୍ଟିହୀନ କଳାକାର ଭାବେ ପରିଚିତ। ରଗଡି ଅଞ୍ଚଳରେ ଦୀର୍ଘ ଦିନ ଧରି ରହି ଆସୁଛନ୍ତି। ସେ ଅନ୍ୟ ଜଣେ ଦୃଷ୍ଟିହୀନ ବାଦ୍ୟଶିଳ୍ପୀଙ୍କ ସହ ମିଶି ଗଁା ଗଁା ବୁଲି ସଙ୍ଗୀତ ପରିବେଷଣ କରୁଛନ୍ତି। ସେ ଭୂମିହୀନ ସାଙ୍ଗକୁ ଆର୍ଥିକ ଅବସ୍ଥା ଦୁର୍ବଳ ଯୋଗୁ ନିଜସ୍ବ ଖର୍ଚ୍ଚରେ ଘର ଖଣ୍ଡେ କରିବା ସମ୍ଭବ ନ ଥିଲା। ଫଳରେ ବିଭିନ୍ନ ସ୍ଥାନରେ ଆଶ୍ରୟ ନେଉଛନ୍ତି। ଜାଗା ଖଣ୍ଡେ ଯୋଗାଇ ଦେବା ପାଇଁ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଏହାର ସୁଫଳ କିଛି ପାଇ ନ ଥିଲେ। ଦୁଇଦିନ ତଳେ ସେ ଜିଲାପାଳଙ୍କୁ ସଙ୍ଗୀତ ପରିବେଷଣ ମାଧ୍ୟମରେ ଜାଗା ଖଣ୍ଡେ ଦେବା ପାଇଁ ନିବେଦନ କରିଥିଲେ। ଏହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବା ସହ ଚର୍ଚ୍ଚାକୁ ଆସିଥିଲା। ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ ପ୍ରଫୁଲ୍ଲଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ନେବାକୁ ବ୍ୟାସନଗର ତହସିଲଦାର ଓ କୋରେଇ ବିଡିଓଙ୍କୁ ନିଦ୍ଦେର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri