ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ମାତ୍ର ବେଆଇନ ନାଲି ଇଟାଭାଟି ପୋଡିବା ସମୟରେ ବାହାରୁଥିବା ନିଆଁ ଓ ଧୂଆଁ  ଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ପାଇ ତାତି ବେଶି ବଢୁଛି। ଏହା ଉପରେ ଜିଲା ପ୍ରଶାସନ ପକ୍ଷରୁ ଅଙ୍କୁଶ ଲଗାଯାଇଥିଲେ ମଧ୍ୟ ଏଠାରେ ବେଆଇନ ଭାବେ ବହୁ ଇଟା ପୋଡା ଯାଉଛି। ଇଟାଭାଟି ପୋଡା ବନ୍ଦ କରିବାକୁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପରିବେଶବିତ୍‌ ଆର୍ତ୍ତତ୍ରାଣ ପାତ୍ର କହିଛନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ରାସ୍ତା ପାର୍ଶ୍ୱରେ ଇଟାଭାଟି ବେଧଡ଼କ ଭାବେ ଚାଲୁଛି। ଇଟାଭାଟିରୁ ବାହାରୁଥିବା ଧୂଆଁ  ପ୍ରଭାବରେ ପୋଡ଼ା କୋଇଲା ପାଉଁଶଗୁଣ୍ଡ ଉଡ଼ି ଗଛପତ୍ରରେ ପଡ଼ିବା ଫଳରେ ଏକ ଆସ୍ତରଣ ସୃଷ୍ଟି ହେଉଛି। ଧୂଆଁ  ଯୋଗୁ ବାୟୁମଣ୍ଡଳ ପ୍ରଦୂଷିତ ହେବାରୁ ଆଖପାଖ ଅଞ୍ଚଳରେ ଶିଶୁଙ୍କଠାରୁ ବୃଦ୍ଧାବୃଦ୍ଧମାନେ ଅଣନିଃଶ୍ୱାସୀ ହୋଇପଡୁଛନ୍ତି। ରାଜସ୍ବ କର୍ମଚାରୀମାନେ ଲୋକଦେଖାଣିଆ ଇଟାଭାଟି ମାଲିକଙ୍କ ନିକଟକୁ ଆସି କିଛି ଫାଇନ୍‌ ଆଦାୟ କରିବା ବଦଳରେ ହାତ ଚିକ୍କଣ କରି ଚୁପ୍‌ ହୋଇ ଚାଲି ଯାଉଛନ୍ତି। ଚାଷୀ ସୁଶାନ୍ତ ସାମଲ କହିଛନ୍ତି, କେନ୍ଦ୍ରାପଡ଼ା ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳ ପାଖ ଦେଇ ବ୍ରାହ୍ମଣୀ ଓ ଗୋବରୀ ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା, ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ବ୍ୟବସାୟୀମାନେ ନଦୀପଠାରେ ଇଟାଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି। ସାମାଜିକ କର୍ମୀ ବିଭୂତି ମହାପାତ୍ର କହିଛନ୍ତି, ବ୍ୟବସାୟୀମାନେ ଖୁଲମଖୁଲା ଜନବସତି ନିକଟରେ ଇଟା ପୋଡ଼ୁଥିବା ବେଳେ ସରକାରୀ ନିୟମକୁ ଫୁ କରି ଉଡାଇ ଦେଉଛନ୍ତି। ତାପମାତ୍ରା ବୃଦ୍ଧି ସାଙ୍ଗକୁ ଇଟାଭାଟି ଧୂଆଁରେ ଜନସାଧାରଣ କଲବଲ ହେଉଥିବା ସ୍ଥାନୀୟ ବାସିନ୍ଦା କହୁଛନ୍ତି। ସରକାରୀ ନିୟମକୁ ମାନୁ ନ ଥିବା ଇଟାଭାଟି ମାଲିକମାନଙ୍କ ଉପରେ ପ୍ରଶାସନ ପକ୍ଷରୁ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଅନ୍ୟ ପକ୍ଷରେ ରାଜସ୍ବ ଅଧିକାରୀମାନେ କମ୍‌ ପରିମାଣର ଇଟା ଦର୍ଶାଇ ରାଜସ୍ବ କାଟୁଥିବା ନେଇ ସ୍ଥାନୀୟ ଲୋକେ କହୁଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ପଚାରିବାରେ ଇଟାଭାଟିଗୁଡିକ ବନ୍ଦ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri