ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ସଚେତନ କରାଯାଉଛି। ମାତ୍ର ବେଆଇନ ନାଲି ଇଟାଭାଟି ପୋଡିବା ସମୟରେ ବାହାରୁଥିବା ନିଆଁ ଓ ଧୂଆଁ  ଯୋଗୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ବୃଦ୍ଧି ପାଇ ତାତି ବେଶି ବଢୁଛି। ଏହା ଉପରେ ଜିଲା ପ୍ରଶାସନ ପକ୍ଷରୁ ଅଙ୍କୁଶ ଲଗାଯାଇଥିଲେ ମଧ୍ୟ ଏଠାରେ ବେଆଇନ ଭାବେ ବହୁ ଇଟା ପୋଡା ଯାଉଛି। ଇଟାଭାଟି ପୋଡା ବନ୍ଦ କରିବାକୁ ତହସିଲଦାର ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପରିବେଶବିତ୍‌ ଆର୍ତ୍ତତ୍ରାଣ ପାତ୍ର କହିଛନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ରାସ୍ତା ପାର୍ଶ୍ୱରେ ଇଟାଭାଟି ବେଧଡ଼କ ଭାବେ ଚାଲୁଛି। ଇଟାଭାଟିରୁ ବାହାରୁଥିବା ଧୂଆଁ  ପ୍ରଭାବରେ ପୋଡ଼ା କୋଇଲା ପାଉଁଶଗୁଣ୍ଡ ଉଡ଼ି ଗଛପତ୍ରରେ ପଡ଼ିବା ଫଳରେ ଏକ ଆସ୍ତରଣ ସୃଷ୍ଟି ହେଉଛି। ଧୂଆଁ  ଯୋଗୁ ବାୟୁମଣ୍ଡଳ ପ୍ରଦୂଷିତ ହେବାରୁ ଆଖପାଖ ଅଞ୍ଚଳରେ ଶିଶୁଙ୍କଠାରୁ ବୃଦ୍ଧାବୃଦ୍ଧମାନେ ଅଣନିଃଶ୍ୱାସୀ ହୋଇପଡୁଛନ୍ତି। ରାଜସ୍ବ କର୍ମଚାରୀମାନେ ଲୋକଦେଖାଣିଆ ଇଟାଭାଟି ମାଲିକଙ୍କ ନିକଟକୁ ଆସି କିଛି ଫାଇନ୍‌ ଆଦାୟ କରିବା ବଦଳରେ ହାତ ଚିକ୍କଣ କରି ଚୁପ୍‌ ହୋଇ ଚାଲି ଯାଉଛନ୍ତି। ଚାଷୀ ସୁଶାନ୍ତ ସାମଲ କହିଛନ୍ତି, କେନ୍ଦ୍ରାପଡ଼ା ଏକ କୃଷିପ୍ରଧାନ ଜିଲା ଭାବେ ପରିଚିତ। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳ ପାଖ ଦେଇ ବ୍ରାହ୍ମଣୀ ଓ ଗୋବରୀ ନଦୀର ଅବବାହିକା ଅଞ୍ଚଳରେ ଥିବା ମାଟି ଦୋରସା, ବାଲିଆ ହୋଇଥିବାରୁ ସେଠାରେ ବିଭିନ୍ନ କୃଷିଜାତ ଫସଲ ଓ ପନିପରିବା କରି ଚାଷୀମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର କିଛିବର୍ଷ ହେବ ବ୍ୟବସାୟୀମାନେ ନଦୀପଠାରେ ଇଟାଭାଟି କରିବା ସହ ଜିଲା ଓ ଜିଲା ବାହାରକୁ ନାଲି ଇଟା ବିକ୍ରୟ କରୁଛନ୍ତି। ଏହାଦ୍ୱାରା ଶତାଧିକ ଏକର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏ ଦିଗରେ ତହସିଲଦାର ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀମାନେ ଆନ୍ଦୋଳନ ପାଇଁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଚେତାବନୀ ଦେଇଛନ୍ତି। ସାମାଜିକ କର୍ମୀ ବିଭୂତି ମହାପାତ୍ର କହିଛନ୍ତି, ବ୍ୟବସାୟୀମାନେ ଖୁଲମଖୁଲା ଜନବସତି ନିକଟରେ ଇଟା ପୋଡ଼ୁଥିବା ବେଳେ ସରକାରୀ ନିୟମକୁ ଫୁ କରି ଉଡାଇ ଦେଉଛନ୍ତି। ତାପମାତ୍ରା ବୃଦ୍ଧି ସାଙ୍ଗକୁ ଇଟାଭାଟି ଧୂଆଁରେ ଜନସାଧାରଣ କଲବଲ ହେଉଥିବା ସ୍ଥାନୀୟ ବାସିନ୍ଦା କହୁଛନ୍ତି। ସରକାରୀ ନିୟମକୁ ମାନୁ ନ ଥିବା ଇଟାଭାଟି ମାଲିକମାନଙ୍କ ଉପରେ ପ୍ରଶାସନ ପକ୍ଷରୁ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଅନ୍ୟ ପକ୍ଷରେ ରାଜସ୍ବ ଅଧିକାରୀମାନେ କମ୍‌ ପରିମାଣର ଇଟା ଦର୍ଶାଇ ରାଜସ୍ବ କାଟୁଥିବା ନେଇ ସ୍ଥାନୀୟ ଲୋକେ କହୁଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ପଚାରିବାରେ ଇଟାଭାଟିଗୁଡିକ ବନ୍ଦ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?