ସହରାଞ୍ଚଳ ନିର୍ବାଚନ ପାଇଁ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସହରାଞ୍ଚଳ ନିର୍ବାଚନର ସୁପରିଚାଳନା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଓସ୍ବାନ ହଲ୍‌ଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାକରି ଜଣାଇଥିଲେ ଯେ, ଆସନ୍ତା ୨୪ ତାରିଖରେ ଜିଲାର ସମସ୍ତ ସହରାଞ୍ଚଳରେ ନିର୍ବାଚନର ସମସ୍ତ କାର୍ଯ୍ୟ ଶାନ୍ତିଶୃଙ୍ଖଳାରେ ହେବ। ସମସ୍ତ ବୁଥ୍‌ରେ ପିଇବା ପାଣି ବ୍ୟବସ୍ଥା କରାଯାଇଛି। ଦିବ୍ୟାଙ୍ଗ ଭୋଟରମାନଙ୍କ ନିମନ୍ତେ ହ୍ବିଇଲ ଚେୟାର ବ୍ୟବସ୍ଥା କରାଯାଇଛି । ସମସ୍ତ ପୋଲିଂ ଟିମ୍‌ ୨୩ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ନିଜ ବୁଥ୍‌ରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜନୈତିକ ଦଳଗୁଡ଼ିକ ୨୨ ତାରିଖ ସନ୍ଧ୍ୟା ୫ଟା ପରେ କୌଣସି ପ୍ରଚାର କରିବେ ନାହିଁ। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀ ମାନିବେ। ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ଦିଗରେ ଜିଲାର ସମସ୍ତ କର୍ମଚାରୀ ଗୋଟିଏ ଟିମ୍‌ ଭାବେ କାର୍ଯ୍ୟ ସମ୍ପାଦନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲାପାଳ (ସାଧାରଣ) ଲୀନା କୁମାରୀ ଖେସ, ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ନୀଳମାଧବ ଭୋଇ, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଏ ସେକ୍ରେଟାରି ସମ୍ବିତ କୁମାର ରାଉତ, ସମସ୍ତ ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ, କାର୍ଯ୍ୟନିର୍ବାହୀ ଅଧିକାରୀ, ପୌର ନିର୍ବାହୀଗଣଙ୍କ ସମେତ ଜିଲାର ବିଭିନ୍ନ ବିଭାଗର ଅଧିକାରୀ ଓ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri