ଅଖଣ୍ଡ ଶିକାର ରୋକିବାକୁ ପ୍ରଶାସନ ତତ୍ପର

ବାରିପଦା ଅଫିସ,୯।୪ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ସହିତ ଅଖଣ୍ଡ ଶିକାର ରୋକିବା ଉଦ୍ଦେଶ୍ୟରେ ଜିଲା ସଦର ମହକୁମା ବାରିପଦାଠାରେ ଏକ ଜିଲାସ୍ତରୀୟ ମିଳିତ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ। ମୟୂରଭଞ୍ଜ ଜିଲାର ଆଦିବାସୀ ଓ ବନବାସୀମାନେ ପରମ୍ପରା ଅନୁଯାୟୀ ଜାନୁଆରୀ ମାସ ମକର ସଂକ୍ରାନ୍ତି ଓ ଏପ୍ରିଲ ମାସ ପଣା ବା ବିଷୁବ ସଂକ୍ରାନ୍ତି ପାଳନ ସମୟରେ ସପ୍ତାହବ୍ୟାପୀ ଅଖଣ୍ଡ ଶିକାର କରିଥାନ୍ତି। ଗୋଷ୍ଠୀଗତ ଭାବରେ ଗଁା ଦେବତା ବା ଜାହିରାରେ ପୂଜା କରି ଜଙ୍ଗଲ ଭିତରକୁ ପ୍ରବେଶ କରି ନୀରିହ ବନ୍ୟଜନ୍ତୁଙ୍କୁ ଶିକାର ସହ ପର୍ବପର୍ବାଣୀରେ ଭୋଜି କରି ଖାଇଥାନ୍ତି। ଶିକାର ନ କରିବା ଲାଗି ସେମାନଙ୍କୁ ସଚେତନ କରିବା ପାଇଁ ସରକାରଙ୍କ ପକ୍ଷରୁ ଦୀର୍ଘ ବର୍ଷ ଧରି ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏପ୍ରିଲ୍‌ ମାସରେ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ଅନେକ ଜଙ୍ଗଲରେ ସେମାନେ ନିଅଁା ଲଗାଉଥିବାରୁ ଶିମଳିପାଳରେ ବ୍ୟାପକ କ୍ଷୟକ୍ଷତି ହୋଇଥାଏ। ଜଙ୍ଗଲ ମଧ୍ୟରେ ସାମୁହିକ ଶିକାର ଯୋଗୁ ବନ୍ୟଜନ୍ତୁ ବାଟବଣା ହୋଇ ଗ୍ରାମାଭିମୁଖୀ ହୋଇଥାନ୍ତି। ତେବେ ମିଳିମିଶି ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ଶିମିଳିପାଳ ସୁରକ୍ଷା ଓ ଅଖଣ୍ଡ ଶିକାର ରୋକିବା ପାଇଁ ବନ ବିଭାଗକୁ ସମସ୍ତେ ସହଯୋଗ କରିବେ ବୋଲି ବୈଠକରେ ସହମତି ପ୍ରକାଶ କରିଥିଲେ। ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ ଉପସ୍ଥିତ ରହି ଶିକାରୀଙ୍କୁ ଧରିବା ପାଇଁ ଜଙ୍ଗଲ ସଂଲଗ୍ନ ସମସ୍ତ ଥାନା ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିଡି ଡିଆରଡ଼ିଏ ପି.ଅନ୍ବେଷା ରେଡ୍ଡି, ଅତିରିକ୍ତ ଜିଲାପାଳ ପ୍ରକାଶ ଚନ୍ଦ୍ର ବେହେରା, ଶିମିଳିପାଳ ବ୍ୟାଘ୍ରସଂରକ୍ଷଣ ପ୍ରକଳ୍ପର ଉପନିର୍ଦ୍ଦେଶକ ସମ୍ରାଟ ଗୌଡା(ଦକ୍ଷିଣ) ଓ ସାଇକିରଣ(ଉତ୍ତର), ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ, ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ନଳିନୀକାନ୍ତ ବେହେରା, କରଞ୍ଜିଆ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାୟକ, ଜିଲା ଅତିରିକ୍ତ ଅଗ୍ନିଶମ ଅଧିକାରୀ ଭବେନ୍ଦ୍ର ନାଥ ଦେ, ଜିଲା ଜନସ୍ବାସ୍ଥ୍ୟ ତଥା ମୁଖ୍ୟ ଚିକିତ୍ସାଧିକାରୀ ଡା. ରୂପଭାନୁ ମିଶ୍ରଙ୍କ ସମେତ ସମସ୍ତ ଲାଇନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri