‘ଗୁଲାବ’କୁ ନେଇ ସତର୍କତା ଜାରି କଲା ପ୍ରଶାସନ: ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ କରାଯିବ ସ୍ଥାନାନ୍ତର

ହିଞ୍ଜିଳିକାଟୁ,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ନିମନ୍ତେ ସତର୍କତା ପ୍ରକାଶ ପାଇଛି। ରବିବାର ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା ପ୍ରମୁଖ ଘୋଡ଼ାହାଡ଼ ନଦୀ କୂଳିଆ ବଳରାମପୁର ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ପୌରାଞ୍ଚଳର ବିଭିନ୍ନ ତଳିଆ ଅଞ୍ଚଳରେ ପୌର ନିର୍ବାହୀ ଅଧିକାରୀ ଡ. ମନୋରଞ୍ଜନ ସାହୁ, ବିଡିଓ ଜେନା, ଆଇଆଇସି ଅଭିମନ୍ୟୁ ଦାଶ ଓ ଅନ୍ୟ ପୌର କର୍ମଚାରୀ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ବ୍ଲକ ନଦୀ କୂଳିଆ ବଳରାମପୁର, ସିଙ୍ଗିପୁର, ବୁରୁପୋଡ଼ା, ହିଞ୍ଜିଳିକାଟୁ, ଖଣ୍ଡରା,ଚାନ୍ଦୁଲି,ଖରିଡ଼ା,ଶିକିରି, ଗିରିଆ, ଆଲପୁର,ନନ୍ଦିକ, ପୁଟିଆପଦର ପ୍ରଭୃତି ଗ୍ରାମରେ ତଳିଆ ଓ ପାଣି ଜମି ରହିବା ସ୍ଥାନଗୁଡ଼ିକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସତର୍କ କରାଇ ଦିଆଯାଇଛି।

ସନ୍ଧ୍ୟା ସୁଦ୍ଧା ପବନ ଓ ବର୍ଷା ପ୍ରଭାବ ଦେଖି ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ବିଡିଓ ସୁବ୍ରତ କୁମାର ଜେନା କହିଛନ୍ତି। ସେହିପରି ପୌର ପ୍ରଶାସନ ପକ୍ଷରୁ ଲୋକଙ୍କ ସୁବିଧା ପାଇଁ ହେଲ୍ପ ଲାଇନ ନମ୍ବର ଜାରି ହୋଇଛି। ନଦୀ ତଳୁଆ ଓ କେନାଲ ନିକଟବର୍ତ୍ତୀ ଅଞ୍ଚଳରେ ରହୁଥିବା କିଛି କଚ୍ଚା ଘର ଉପରେ ସତର୍କ ଦୃଷ୍ଟି ରଖାଯାଇଛି। ପବନର ବେଗ ଦେଖି ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ସଜାଗ ରହିଥିବା ପୌର ନିର୍ବାହୀ ଅଧିକାରୀ ଡ. ମନୋରଞ୍ଜନ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri