ଆଜି ଛତିଶା ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଆଲୋଚନା

ପୁରୀ ଅଫିସ,୧୬।୪: ପୁରୀରେ ସଂକ୍ରମଣ ବଢ଼ିବା ପରେ ସହରରେ କୋଭିଡ୍‌ କଟକଣା ବଢ଼ିଛି। ୧୦ଦିନିଆ ଏନଫୋର୍ସମେଣ୍ଟ ଡ୍ରାଇଭ୍‌ରେ ପୁରୀ ସହର ଚିତ୍ର ବଦଳିଲାଣି। ପୋଲିସ ପ୍ରତି ଛକରେ ମାସ୍କ ଚେକିଂ କରୁଛି। ଶନିବାରଠାରୁ ପୁରୀରେ ନାଇଟ କର୍ଫ୍ୟୁ ଲାଗିବା ନେଇ ଯୋଜନା ହେଉଥିବା ହେତୁ ଗୁରୁବାର ସନ୍ଧ୍ୟାରେ ପୋଲିସ ପ୍ରଶାସନ ପକ୍ଷରୁ ସହରରେ ସଚେତନତା କରାଯାଇଛି। ସିଟି ଡିଏସପିଙ୍କ ନେତୃତ୍ୱରେ ସବୁ ଥାନା ଆଇଆଇସିମାନେ ସହରବାସୀଙ୍କୁ ସଚେତନ କରାଇଛନ୍ତି। ଅଯଥା ବାହାରକୁ ନ ବାହାରିବା ଓ ଗହଳି ନ କରିବା ପାଇଁ ଅପିଲ କରିଛନ୍ତି। ଅନ୍ୟପକ୍ଷରେ ପୁରୀ ସହରକୁ ପର୍ଯ୍ୟଟକଙ୍କ ଆଗମନ ଏକଦମ୍‌ ଠପ ହୋଇଛି। ବେଳାଭୂମିରେ ପର୍ଯ୍ୟଟକମାନଙ୍କୁ ଦେଖିବାକୁ ମିଳୁନାହିଁ। ଏପରିକି ଜିଲା ବାହାରୁ ମଧ୍ୟ ଲୋକଙ୍କ ଆଗମନ କମିବାରେ ଲାଗିଛି। ପୁରୀରେ ସଂକ୍ରମଣ ୩ ଦିନ ହେବ ବଢ଼ିବାରେ ଲାଗିଛି। ଗୁରୁବାର ୧୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ଶ୍ରୀମନ୍ଦିର ଓ ସେବାୟତମାନଙ୍କ ସହ ସଂପୃକ୍ତ ବ୍ୟକ୍ତିମାନଙ୍କ ମଧ୍ୟରେ ସଂକ୍ରମଣର ମାତ୍ରା ଅଧିକ ରହୁଛି। ଛତିଶା ନିଯୋଗ ସହ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ଭିଡିଓ କନଫରେନ୍ସିଂରେ ବୈଠକ ହେବ। ଶ୍ରୀମନ୍ଦିର ଖୋଲା ରହିବ କିମ୍ବା ବନ୍ଦ ରହିବ ସେନେଇ ଆଲୋଚନା ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀମନ୍ଦିର କୋଭିଡ୍‌ ସ୍ଥିତି ଉପରେ ପରିଚାଳନା କମିଟି ଓ ଛତିଶା ନିଯୋଗ ସହ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri