ଅଭିଯୋଗ ଶୁଣିବାକୁ ପହଞ୍ଚିଲା ପ୍ରଶାସନ , ଦୁଃଖ ଜଣାଇଲେ…

ଦିଗପହଣ୍ଡି,୯ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ବିଡିଓ ଅନାମିକା ପାଣ୍ଡେଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମଧୁମିତା, ଅତିରିକ୍ତ ଜିଲାପାଳ ପ୍ରମୋଦ ପୃଷ୍ଟି, ବ୍ରହ୍ମପୁର ଏସ୍‌ପି ଡ଼.ଶ୍ରବଣ ବିବେକ ଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଦିଗପହଣ୍ଡି ବ୍ଲକ୍‌ର ୨୫ ପଞ୍ଚାୟତ ସମେତ ଏନ୍‌ଏସି ଅଞ୍ଚଳର ସମୁଦାୟ ୨୧୮ ଅଭିଯୋଗ ଏହି ଜନ ଶୁଣାଣିରେ ପଞ୍ଜୀକୃତ କରାଯାଇଥିଲା। ଏଥିରେ ଭତ୍ତା ଆବେଦନ, ସ୍ବାସ୍ଥ୍ୟ ସମ୍ପର୍କିତ, ବିଭିନ୍ନ ପ୍ରମାଣପତ୍ର , ରାସନ କାର୍ଡ, ଶିକ୍ଷା ସମ୍ବନ୍ଧୀୟ ଆବାସ ଯୋଜନା ସମ୍ପର୍କିତ ଦରଖାସ୍ତ ରହିଥିଲା। ଏଥିସହ କଇଠଖଣ୍ଡି ପଞ୍ଚାୟତ ଦାମୋଦରପୁର, ପେଣ୍ଡୁରାବାଡି ଓ କଣ୍ଡା ଗାଁର ବହୁ ସଂଖ୍ୟକ ଚାଷୀ ବିପର୍ଯ୍ୟସ୍ତ ଜଳସେଚନ ବ୍ୟବସ୍ଥାର ସୁଧାର ଆଣିବା ପାଇଁ ଅର୍ଜୁନଘାଇ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ଏକ ଆନିକଟ ନିର୍ମାଣ ପାଇଁ ଦାବି କରିଥିଲେ। ସେହିପରି ନିମଖଣ୍ଡିପେଣ୍ଠ ପଞ୍ଚାୟତର ପନାଡ ଗ୍ରାମରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଯୋଜନାରେ ପ୍ରସ୍ତାବିତ କୋଠାକୁ ନିମଖଣ୍ଡିପେଣ୍ଠ ଗ୍ରାମରେ ନିର୍ମାଣ କରିବା ପାଇଁ ବହୁ ଗ୍ରାମବାସୀ ଦାବି ଜଣାଇଥିଲେ। ପରିଶେଷରେ ୩ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଓ ୨ ଜଣଙ୍କୁ ହୁଇଲ ଚେୟାର ଏବଂ ଜଣେ ଦିବ୍ୟାଙ୍ଗଙ୍କୁ ପ୍ରଶାସନିକ ଅଧିକାରୀ ବୃନ୍ଦ ଆଶା ବାଡ଼ି ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ, ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର, ସିଡିପିଓ ପୁଷ୍ପାଞ୍ଜଳି ଶତପଥି, ଜିପିଡିଓ ଉମେଶ ସେଠୀ, ଯୋଗାଣ ନିରୀକ୍ଷକ ବ୍ରଜେଶ୍ୱର ରୟଙ୍କ ସମେତ ଜିଲାର ବିଭିନ୍ନ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri