ଆଦର୍ଶ ଆଚରଣ ବିଧି ଲାଗୁ ପରେ ହୋର୍ଡିଂ ହଟାଇଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିବା ପରେ ନେତାମାନେ ତତ୍ପରତା ଦେଖାଉଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ଅବାଧ ସାଧାରଣ ନିର୍ବାଚନ କରାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ରବିବାର ଦାରିଙ୍ଗବାଡ଼ି ପ୍ରଶାସନର ମିଳିତ ଚଢ଼ାଉ କରି ବିଭିନ୍ନ ସରକାରୀ କାର୍ଯ୍ୟାଳୟ ସମେତ ବେସରକାରୀ ଓ ବିଭିନ୍ନ ଗାଁ ଛକରେ ଲାଗିଥିବା ରାଜନୈତିକ ବ୍ୟାନର, ପୋଷ୍ଟର, ହୋର୍ଡିଂ ସହ ସରକାରୀ ବିଜ୍ଞାପନଗୁଡ଼ିକୁ ହଟାଇ ଦିଆଯାଇଛି। ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ଏବଂ ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର ପ୍ରମୁଖ ସଦଳବଳ ଉକ୍ତ ବ୍ଲକର ପଞ୍ଚାୟତ କାର୍ଯ୍ୟାଳୟ ସମେତ ଡାକ୍ତରଖାନା, ବ୍ଲକ କାର୍ଯ୍ୟାଳୟ, ଅଙ୍ଗନାଓ୍ବାଡି କେନ୍ଦ୍ର, ତହସିଲ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ ଜମିରେ ଲାଗିଥିବା ବିଜ୍ଞାପନ, ହୋର୍ଡିଂକୁ ହଟାଇ ଦେଇଛନ୍ତିି। ଏଥିସହ ସ୍ଥାନୀୟ ଲୋକଙ୍କୁ ଏହି ସମ୍ପର୍କରେ ସଚେତନ କରିଛନ୍ତି। ଏନେଇ ବିଡିଓ ପାତ୍ର କହିଛନ୍ତି, ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପ୍ରକାରେ ସମସ୍ତ ହୋର୍ଡିଂ, ସରକାରୀ ବିଜ୍ଞାପନକୁ ହଟାଇ ଦିଆଯାଉଥିବା କହିଛନ୍ତି। ସେହିପରି ନିର୍ବାଚନ ବିଗୁଲ୍‌ ବାଜିବା ପରେ ବିଧାୟକ ଓ ଏମ୍‌ପି ଆଶାୟୀ ପ୍ରାର୍ଥୀଙ୍କ ଭୁବନେଶ୍ୱର ବାରମ୍ବାର ଗସ୍ତ ହେଉଥିବା ବେଳେ ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦଳୀୟକର୍ମୀଙ୍କ ସହ ଘନଘନ ବୈଠକ କରିବା ସହ ଗାଁ ଅଭିମୁଖେ ଆଶାୟୀ ପ୍ରାର୍ଥୀଙ୍କ ଯାତ୍ରା ଆରମ୍ଭ ହୋଇଗଲାଣି। ଚା’ଖଟିରେ କେବଳ ରାଜନୈତିକ ଆଲୋଚନା ଓ କିଏ କୋଉ ନେତାଙ୍କୁ ଚାହୁଁଛନ୍ତି ତାହା ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri