ଜବରଦଖଲ ଉଚ୍ଛେଦ ଆରମ୍ଭ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୩୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାର ଓ ଜାତୀୟ ରାଜପଥ ସମେତ ବ୍ଲକ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ବୃଦ୍ଧି ପାଇଛି। ଏହାର ମୁଖ୍ୟ କାରଣ ସ୍ଥାନୀୟ ପ୍ରଶାସନ କିମ୍ବା ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଉଠାଦୋକାନୀମାନଙ୍କ ଥଇଥାନ ବ୍ୟବସ୍ଥା କରାଯାଇନାହିଁ। ଏବେ ଏହାର ସମାଧାନ ପାଇଁ ସ୍ଥାନୀୟ ପ୍ରଶାସନ ଅଣ୍ଟା ଭିଡ଼ିଥିବା ଦେଖିବାକୁ ମିଳିଛି।

ମିଳିତ ଭାବେ ଦାରିଙ୍ଗବାଡ଼ି ଜନଜାତି ହାଟ ଅଞ୍ଚଳରେ ରହିଥିବା ଜବରଦଖଲକୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରାଯାଇଛି। ସେଠାରେ ଗତ ୨୦୧୫ରେ ଜିଲା ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ୍‌ କରାଯାଇ ବ୍ୟବସାୟୀଙ୍କୁ ଥଇଥାନ ପାଇଁ ପ୍ରୟାସ କରାଯାଇଥିଲେ ସୁଦ୍ଧା ତାହା ସଫଳ ହୋଇ ନ ଥିଲା। ସେଠାରେ ବ୍ୟବସାୟ ହେବ ନାହିଁ ବୋଲି ଆଶଙ୍କା କରିବା ସହ ଗ୍ରାହକ ସେଠାକୁ ଯିବେ ନାହିଁ ବୋଲି ଉଠା ଦୋକାନୀମାନେ ଭେଣ୍ଡିଂ ଜୋନ୍‌କୁ କେହି ଗଲେନାହିଁ। ଫଳରେ ବର୍ଷ ବର୍ଷ ଧରି ଉକ୍ତ ଭେଣ୍ଡିଂ ଜୋନ୍‌ କୌଣସି କାର୍ଯ୍ୟରେ ଆସିଲା ନାହିଁ ବରଂ ଲକ୍ଷାଧିକ ଟଙ୍କା ବିନିମୟରେ ଖର୍ଚ୍ଚ ହୋଇଥିବା ହାଟ ପେଣ୍ଡି ଓ ଭେଣ୍ଡିଂ ଜୋନ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିଲା। ଏହାର ଫାଇଦା ନେଇ ଉକ୍ତ ସରକାରୀ ଜମିରେ ଅନେକ ଜବରଦଖଲ କରି ରଖିଛନ୍ତି। ଯାହାକି ପ୍ରଶାସନ ଏବେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିବା ବିଡିଓ ଗଦାଧର ପାତ୍ର କହିଛନ୍ତି।

ସେ କହିଛନ୍ତି, ଜାତୀୟ ରାଜପଥଠାରୁ ବ୍ଲକ ରାସ୍ତାରେ ସବୁବେଳେ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଛି। ସେପଟେ ଉକ୍ତ ରାସ୍ତା ଉକ୍ତ ବ୍ଲକର ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାକୁ ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ରହିଥିଲା ଏବେ ଉକ୍ତ ରାସ୍ତା ପ୍ରଶସ୍ତ କରାଯିବ ଓ ଏହାକୁ ପୂର୍ତ୍ତ ବିଭାଗ ସମ୍ପ୍ରସାରଣ କାର୍ଯ୍ୟ କରିବ। ତେଣୁ ଖୁବ୍‌ଶୀଘ୍ର ଉକ୍ତ ରାସ୍ତାରେ ମଧ୍ୟ ଜବରଦଖଲ ଉଚ୍ଛେଦ କରାଯିବ ବୋଲି ସେ କହିଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ଅଟକି ରହିଥିବା ବିକାଶମୂଳକ କାର୍ଯ୍ୟ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ସେଥିପାଇଁ ସରକାରୀ ଜମିରେ ଜବରଦଖଲ ଉଚ୍ଛେଦ କରାଯିବ ବସ୍‌ଷ୍ଟାଣ୍ଡ ଅଞ୍ଚଳ ସମେତ ଜନଜାତି ହାଟ, ବ୍ଲକ ରୋଡ୍‌ର କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ବୋଲି ବିଡିଓ କହିଛନ୍ତି। ଏହି ଉଚ୍ଛେଦ ସମୟରେ ବିଡିଓ ପାତ୍ରଙ୍କ ସହ ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକ, ରାଜସ୍ବ ନିରୀକ୍ଷକ ସୁବ୍ରତ ମଲିକ, ସରପଞ୍ଚ ଚନ୍ଦ୍ରିକା ମଲିକ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri