ଗ୍ରାମବାସୀଙ୍କ ଦାବି ମୁତାବକ କାର୍ଯ୍ୟ ଆରମ୍ଭ କଲା ପ୍ରଶାସନ

ଦଶମନ୍ତପୁର,୧୨ା୫( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଅଧୀନ ଖଣି ପ୍ରଭାବିତ ଅଞ୍ଚଳର କଡିଙ୍ଗାମାଳି ପାହାଡ଼ ପାଦଦେଶରେ ଥିବା ମାଳିଚେମା ଗ୍ରାମର ବିକାଶ ନେଇ ବହୁ ଦାବି କରିବା ପରେ ଏବେ ପ୍ରଶାସନ ଗ୍ରାମର ବିକାଶ ଲାଗି ପଦକ୍ଷେପ ନେଇଛଇ। ଗ୍ରାମରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ଗ୍ରାମବାସୀ ଶ୍ରମିକ ରୂପେ କାର୍ଯ୍ୟ ପାଉଥିବା କେତେ ଜଣ ଗ୍ରାମବାସୀ କହିଛନ୍ତି। ଏହି ଗ୍ରାମରେ ବିଭିନ୍ନ ସମ୍ପ୍ରଦାୟର ୧୮୦ ପରିବାର ବସବାସ କରନ୍ତି । ଜନସଂଖ୍ୟା ୭ଶହ ରହିଛି। ୨୦୧୮ରେ କଡିଙ୍ଗାମାଳି ପାହାଡ଼ରୁ ବକ୍ସାଇଟ ଖଣି ଉତ୍ତୋଳନ ଆରମ୍ଭ କରିଥିବା ଓଏମ୍‌ସି ଅଞ୍ଚଳର ବିକାଶ ପାଇଁ ପ୍ରତିଶ୍ରୁତି ଦେଇ ନୀରବ ରହିଥିଲା। ପ୍ରଭାବିତ ଅଞ୍ଚଳବାସୀ ବ୍ଲକଠାରୁ ଆରମ୍ଭ କରି ଖଣି କାର୍ଯ୍ୟାଳୟ ଏବଂ ଜିଲାପାଳଙ୍କ ଦ୍ବାରସ୍ଥ ହୋଇ ଗ୍ରାମର ବିକାଶ ପାଇଁ ବାରମ୍ବାର ଦାବି କରିଥିଲେ। ଏବେ ଜିଲା ପ୍ରଶାସନ ଅଞ୍ଚଳବାସୀଙ୍କ ଦାବି ଶୁଣି ଗ୍ରାମରେ ବିଭିନ୍ନ ପ୍ରକାର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଜିଲା ଖଣିଜ ପାଣ୍ଠି ପକ୍ଷରୁ ଅର୍ଥ ବିନିଯୋଗ କରିଛି। ଏଥିରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ହେଉଛି। ସେହି ପ୍ରକଳ୍ପ ମଧ୍ୟରେ ଚାଷ ପାଇଁ ଚେକ ଡ୍ୟାମ, ପକା ରାସ୍ତା , ପାନୀୟ ଜଳ ଯୋଗାଣ ଲାଗି ୬ଟି ସୋଲାର ପମ୍ପ ବୋରୱେଲ ଖନନ କରାଯାଇଛି। ସ୍କୁଲ କୋଠା, ସୁରକ୍ଷା ପାଚେରି ନିର୍ମାଣ ଭଳି ଅନ୍ୟ କେତେକ ପ୍ରକଳ୍ପ ଚାଲିଥିବା ଗ୍ରାମର ସମ୍ବାରୁ ମୁଦୁଲି , ଖଗପତି ଜାନି, ନବଘନ ଗୌଡ, ବିନୋଦ ଖୋସଲା, ଜୟରାମ ପରଜା, ଘାସି ପରଜା ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?