ପଇଁତରା ମାରୁଛି ପ୍ରଶାସନ, ପୋଲିସ

ଭଦ୍ରକ/ଧାମନଗର,୩୦।୯ (ସନାତନ ରାଉତ/ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ ମହାପାତ୍ର): ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ସହରରେ ଉତ୍ତେଜନା ପରଠାରୁ ୧୬୩ ଧାରା ଜାରି ରହିଥିବା ବେଳେ ଜିଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଏହି ସେବା ବନ୍ଦ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଥିଲା। ରବିବାର ଏହାକୁ ଆଉ ୪୮ ଘଣ୍ଟା ବଢ଼ାଇ ଦିଆଯାଇଛି। ସୋମବାରଠାରୁ କେବଳ ଲିଜ୍‌ ଲାଇନ ଇଣ୍ଟରନେଟ ସେବା ଯୋଗାଇ ଦିଆଯିବ ବୋଲି ରବିବାର ସନ୍ଧ୍ୟାରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀରେ ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ୍‌ ନାୟକ ସୂଚନା ଦେଇଛନ୍ତି। ପୋଲିସକୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଲୋକେସନ ଟ୍ରାକିଂ କରାଯାଇଛି। ମିଥ୍ୟା ଗୁଜବକୁ ବିଶ୍ୱାସ ନ କରି ଶାନ୍ତି ବଜାୟ ରଖିବାକୁ ଜନସାଧାରଣଙ୍କୁ ସେ ନିବେଦନ କରିଛନ୍ତି। ଭଦ୍ରକ ଓ ଧାମନଗର ପୋଲିସ ଛାଉଣୀରେ ରହିଛି। ୧୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ପୋଲିସକୁ ଆକ୍ରମଣ ଘଟଣାରେ ଗିରଫଦାରି ପାଇଁ ରାତିରେ ପୋଲିସ ସାହି ସାହିରେ ପଇଁତରା ମାରୁଛି। ଗିରଫ ଭୟରେ ଅଭିଯୁକ୍ତମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଶନିବାର ରାତିରେ ରାପିଡ୍‌ ଆକ୍ସନ ଫୋର୍ସ ପହଞ୍ଚତ୍ବା ପରେ ରବିବାର ସକାଳେ ସନ୍ଥିଆ ଓ ପୁରୁଣାବଜାର ଅଞ୍ଚଳରେ ଫ୍ଲାଗ୍‌ମାର୍ଚ୍ଚ କରିଛି। ଫ୍ଲାଗ୍‌ମାର୍ଚ୍ଚରେ ଡିଆଇଜି, ଜିଲାପାଳ ଦିଲୀପ ରାଉତରାଏ ଓ ଏସ୍‌ପି ବରୁଣ ଗୁଣ୍ଟୁପାଲି ସାମିଲ ହୋଇଥିଲେ। ପୋଲିସକୁ ଆକ୍ରମଣରେ ଯେଉଁମାନେ ସାମିଲ ଅଛନ୍ତି, ସମସ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଆଇଜି କହିଛନ୍ତି।

ସେହିପରି ବିବାଦୀୟ ପୋଷ୍ଟକୁ ବିରୋଧ କରି ଶୁକ୍ରବାର ସନ୍ଧ୍ୟାରେ ଧାମନଗର ବଜାରରେ ରାସ୍ତାରୋକୋ ସହ ଥାନା ଘେରାଉ କରାଯାଇଥିଲା। ରାସ୍ତାରୋକୋ ଘଟଣାରେ ୭ଜଣଙ୍କୁ ଶନିବାର ରାତିରେ ଧାମନଗର ପୋଲିସ ଗିରଫ କରି ଜେଲ ପଠାଇଛି। ଏହି ଘଟଣାକୁ ନେଇ ପୋଲିସ ନିଜ ଆଡ଼ୁ ମାମଲା (ନଂ.୪୧୯/୨୪) ରୁଜୁ କରିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଧାମନଗର ଓ ଦୋବଲରେ ଜାରି ହୋଇଥିବା ୧୬୩ ଧାରା ବଳବତ୍ତର ରହିଛି। ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ୬ ପ୍ଲାଟୁନ ପୋଲିସ ଫୋର୍ସ ସହ ଏକ କମ୍ପାନୀ ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଛି। ରବିବାର ରାପିଡ୍‌ ଆକ୍ସନ ଫୋର୍ସ ପକ୍ଷରୁ ଧାମନଗର ଏନ୍‌ଏସି ଓ ଦୋବଲରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଦୋକାନ ବଜାର, ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, କାର୍ଯ୍ୟାଳୟ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି। ସ୍ଥିତି ଅନୁଧ୍ୟାନ ପାଇଁ ରବିବାର ପୂର୍ବାଞ୍ଚଳ ଡିଆଇଜି, ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକ ପହଞ୍ଚତ୍ ଧାମନଗର, ଦୋବଲର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳ ବୁଲିଛନ୍ତି। ସ୍ଥିତିରେ ସୁଧାର ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଆଇନ ମାନିବାକୁ ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି। ଯେଉଁମାନେ ଥାନା ଘେରାଉ, ରାସ୍ତାରୋକୋ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଡିଆଇଜି ଗଣମାଧ୍ୟମକୁ କହିଛନ୍ତି। ଆଗକୁ ଏହି ଗିରଫ ସଂଖ୍ୟା ବଢ଼ିବ ବୋଲି ଏସ୍‌ଡିପିଓ ତ୍ରିଲୋଚନ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri