ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ବିଶୋଇ ବ୍ଲକ ନୂଆଗଁା ପଞ୍ଚାୟତ ଅନ୍ତର୍ଗତ ବଣକାଟି ଗ୍ରାମ ଚାରୁପାଣି ସାହିରେ ରହୁଥିବା ମୃତ ମହିଳାଙ୍କ ଅସହାୟ ଦୁଇ ସନ୍ତାନଙ୍କ ନିକଟରେ ପହଞ୍ଚି ସେମାନଙ୍କ ଦାୟିତ୍ୱ ନେଇଛନ୍ତି। ଅନାଥ ଭଉଣୀଭାଇଙ୍କ ପାଠପଢ଼ା ବ୍ୟବସ୍ଥା କରିବା ସହ ବିଶୋଇ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସେମାନଙ୍କ ନାମ ଲେଖାଇଛନ୍ତି। ଏହାବ୍ୟତୀତ ଉଭୟଙ୍କ ହଷ୍ଟେଲରେ ରହଣି ନିମନ୍ତେ ବ୍ୟବସ୍ଥା କରାଇଛନ୍ତି। ସେହିପରି ଚାରୁପାଣି ସାହିକୁ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ମଙ୍ଗଳବାରଠାରୁ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ନିମନ୍ତେ ଜିଲା ପ୍ରଶାସନ ନିର୍ଦ୍ଦେଶ ଦେଇଛି।
ରାସ୍ତା ସଂଯୋଗ ନ ଥିବାରୁ ଗତ ୧୦ ତାରିଖରେ ଚାରୁପାଣି ସାହିର ଅସୁସ୍ଥ ବିଧବା ମହିଳା ମିନୁ ନାଏକ (୩୭)ଙ୍କୁ ଦେଢ଼ କି.ମି ପର୍ଯ୍ୟନ୍ତ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନିଆଯାଇଥିଲା। ବିଳମ୍ବରେ ମେଡ଼ିକାଲରେ ପହଞ୍ଚିବା କାରଣରୁ ମିନୁ ପ୍ରାଣ ହରାଇଥିଲେ। ୪ ବର୍ଷ ପୂର୍ବେ ଦିବ୍ୟାଙ୍ଗ ବାପା ଦାସମାତ ନାଏକଙ୍କୁ ହରାଇବା ସହ ମା’ ମିନୁଙ୍କ ମୃତ୍ୟୁ ପରେ ୧୦ ବର୍ଷର ପୁଅ ସାଲଖୁ ଓ ୭ ବର୍ଷର ଝିଅ ନାଲ ସମ୍ପୂର୍ଣ୍ଣ ଅସହାୟ ହୋଇପଡ଼ିଥିଲେ। ଅନାଥ ଭଉଣୀଭାଇଙ୍କ ଭବିଷ୍ୟତ ଅନ୍ଧାର ଘେରକୁ ଚାଲିଯାଇଥିଲା। ଜିଲାପାଳ ବିନୀତ ଭରଦ୍ୱାଜଙ୍କ ନିର୍ଦ୍ଦେଶକ୍ରମେ ଜିଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ବାଳଙ୍କ ସମେତ ବିଶୋଇ ବ୍ଲକ ସିଡିପିଓ ଶ୍ରୀମତୀ ସାମଲ, ବଣକାଟି ଗ୍ରାମ ଅଙ୍ଗନଓ୍ବାଡି କର୍ମୀ କେସିନୀ ନାୟକ ପ୍ରମୁଖ ସୋମବାର ଅନାଥ ଭଉଣୀଭାଇଙ୍କ ନିକଟରେ ପହଞ୍ଚିଥିଲେ। ସ୍ଥାନୀୟ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ନାଏକ, ସାମାଜିକ କର୍ମୀ ମଧୁସୂଦନ ନାଏକଙ୍କ ସହିତ ଜିଲା ଶିଶୁ ସୁରକ୍ଷା ଅଧିକାରିଣୀ ଆଲୋଚନା କରି ଉଭୟଙ୍କୁ ପାଠପଢ଼ା ଓ ହଷ୍ଟେଲରେ ରହଣୀ ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?