ଦୁର୍ଘଟଣା ରୋକିବାକୁ ପ୍ରଶାସନର ଅଭିନବ ପ୍ରୟାସ, ଭୋର୍‌ ସମୟରେ ରାସ୍ତାରେ ଚା’ ବାଣ୍ଟୁଛନ୍ତି…

ଭଞ୍ଜନଗର,୫।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଗତ ନଭେମ୍ବର ଏବଂ ଡିସେମ୍ବର ମାସରେ ଦୁର୍ଘଟଣା ହାର ବଢ଼ିଯାଇଛି। ଏଥିରେ ଏକାଧିକ ଲୋକ ମୃତ୍ୟୁବରଣ କରିବା ସହ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ଯାହାକି ଚିନ୍ତାଜନକ ବିଷୟ ପାଲଟିଛି। ଅଧିକାଂଶ ଦୁର୍ଘଟଣା ଦିନବେଳେ ନଚେତ୍‌ ପ୍ରତ୍ୟୁଷରେ ହେଉଛି। ଦ୍ରୁତ ଗାଡି ଚାଳନା, ମଦୁଆ ଗାଡି ଚାଳକଙ୍କ ପାଇଁ ହିଁ ଦୁର୍ଘଟଣା ବଢୁଛି। ଏହାକୁ ରୋକିବାରେ ପୋଲିସ ପ୍ରଶାସନ ଅନେକ ସମୟରେ ବିଫଳ ହେଉଛି। ଏହିଭଳି ପରିସ୍ଥିତିରେ ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ରାତ୍ରୀକାଳୀନ ଦୁର୍ଘଟଣା ହାର କମାଇବା ପାଇଁ ଅଭିନବ ପ୍ରୟାସ ଗତ ୧ ତାରିଖରୁ ଆରମ୍ଭ ହୋଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ବିପଦର ବନ୍ଧୁ ସଂଗଠନର କର୍ମକର୍ତ୍ତାଙ୍କ ସହଯୋଗରେ ରାତିରେ ଯାତାୟାତ କରୁଥିବା ଗାଡି ଚଳକଙ୍କୁ ଚା’ ପିଇବାକୁ ଦିଆଯାଉଛି । ଫଳରେ ଗାଡ଼ି ଚାଳକମାନଙ୍କୁ ଆଉ ନିଦ ଆସିବ ନାହିଁ ଏବଂ ଦୁର୍ଘଟଣା ମଧ୍ୟ ହେବ ନାହିଁ। ପ୍ରଶାସନର ଏହିଭଳି ପଦକ୍ଷେପ ସ୍ବାଗତ ଯୋଗ୍ୟ ପଦକ୍ଷେପ। ଏହା ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ରାତି ୩ ଟା ରୁ ୬ ଟା ମଧ୍ୟରେ ମୁଖ୍ୟ ରାଜପଥ ଗୁଡ଼ିକରେ ଯାତାୟାତ କରୁଥିବା ଗାଡି ଚାଳକକୁ ହିଁ ଚା’ ପିଇବାକୁ ଦିଆଯାଉଛି। ବିଶେଷ କରି ପ୍ରତ୍ୟୁଷରେ ହିଁ ଗାଡି ଚାଳକକୁ ନିଦ ଆସିଥାଏ। ଏହି ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଅଧିକ ଥାଏ। ତେଣୁ ଏହି ସମୟରେ ଚାଳକକୁ ଚା ’ ବଣ୍ଟନ କରାଯାଉଛି । ଅପରପକ୍ଷେ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଭାଗିରଥି ନାୟକ, ଥାନା ଅଧିକାରୀ ଜିବନାନନ୍ଦ ଜେନା ଦୁର୍ଘଟଣା ହାର କିଭଳି କମିବ, ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନେଉଥିବା ଜଣାପଡିଛି । କିନ୍ତୁ ଲୋକଙ୍କ ମଧ୍ୟରେ ସଚେତନତା ବଢିବା ଦରକାର। ତା’ହେଲେ ଯାଇ ଦୁର୍ଘଟଣା ହାର କମିପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri