Posted inଖେଳ

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଗତ ମାସ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ଜଣାପଡ଼ିବା ପରେ ଘରେ କିଛିଦିନ ଆଇସୋଲେଶନରେ ରହିଥିଲେ। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ୧୬ ତାରିଖରେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଏବଂ ୧୭ ତାରିଖରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିଲେ। ନନ୍ଦକିଶୋରଙ୍କ ସ୍ତ୍ରୀ ଏବଂ ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି। ତାଙ୍କ ପରଲୋକରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକରଛାୟା ଖେଳିଯାଇଛି। ଭାରତୀୟ ମହିଳା ଫୁଟ୍‌ବଲ ଦଳର ପ୍ରଥମ ଓଡ଼ିଆ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ କୋଚ୍‌ଭାବେ ନନ୍ଦକିଶୋର ବିଶେଷ ପରିଚିତ ଥିଲେ। ଏହା ବ୍ୟତୀତ ସେ ଗୀତାଞ୍ଜଳି ସାମନ୍ତରାୟ, ରଞ୍ଜିତା ମହାନ୍ତି, ପ୍ରଶାନ୍ତି ପ୍ରଧାନ, ସୁଦୀପ୍ତା ଦାଶ, ସରିତା ଜୟନ୍ତୀ ବେହେରା, ମାମାଲି ଦାସ, ପ୍ରଥମା ପ୍ରିୟଦର୍ଶିନୀଙ୍କ ପରି ଡଜନେରୁ ଊର୍ଦ୍ଧ୍ୱ ନାମୀ ଖେଳାଳିଙ୍କୁ ସେ ପ୍ରଶିକ୍ଷଣ ଦେଇଥିଲେ। ମହିଳା ଫୁଟ୍‌ବଲକୁ ତାଙ୍କ ଅବଦାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୫ ଅଗଷ୍ଟ ୨୯ରେ ତାଙ୍କୁ ଶ୍ରେଷ୍ଠ କୋଚ୍‌ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri