ଶ୍ରମିକ ନେତା ଯୋଗେନ୍ଦ୍ର ତ୍ରିପାଠୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୭ା୨: ବିଶିଷ୍ଟ ଶ୍ରମିକ ନେତା ତଥା ଆଇନଜୀବୀ ଯୋଗେନ୍ଦ୍ରନାଥ ତ୍ରିପାଠୀଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ହୋଇଥିଲା। ସେ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଯାଇଛି। ଅନ୍ତିମ ସମୟରେ ପରିବାର ସଦସ୍ୟ ଏବଂ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ରବିବାର ସକାଳେ ମରଶରୀର ଢେଙ୍କାନାଳ ସହର ଗୁଡିଆନାଳୀସ୍ଥିତ ବାସଭବନରେ ପହଞ୍ଚତ୍ବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଧାୟକ ସୁଧୀର ସାମଲ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଜିଲାପାଳ ସରୋଜ କୁମାର ସେଠୀ ପ୍ରମୁଖ ବାସଭବନରେ ପହଞ୍ଚତ୍ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପୂର୍ବାହ୍ନରେ ମରଶରୀରକୁ ଏକ ଶୋଭାଯାତ୍ରାରେ ଜିଲା ସିଭିଲ କୋର୍ଟ ପରିସରକୁ ନିଆଯାଇଥିଲା। ସେଠାରେ ଜିଲା ଓକିଲ ସଂଘ ସଭାପତି ସଞ୍ଜୟ କୁମାର ମିଶ୍ର, ସମ୍ପାଦକ ଟଙ୍କଧର ବେହେରା ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଯୋଗେନ୍ଦ୍ରନାଥ ଓଡ଼ିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ, ଓଡ଼ିଶା ବିହନ ନିଗମ ଅଧ୍ୟକ୍ଷ, ହିନ୍ଦ୍‌ ମଜଦୁର ସଂଘର ସାଧାରଣ ସମ୍ପାଦକ, ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ସାଧାରଣ ସମ୍ପାଦକ, ଓଡ଼ିଶା ନିର୍ମାଣ ମଜଦୁର ସଭା ପ୍ରତିଷ୍ଠାତା ସଭାପତି, ଅନ୍ତର୍ଜାତୀୟ ଶ୍ରମିକ ସଂଘ ଉପସଭାପତି, ଓଡ଼ିଶା ବିଡି ଶ୍ରମିକ ମହାସଂଘର ସଭାପତି, ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ କାର୍ଯ୍ୟକାରୀ ସଭାପତି, ଢେଙ୍କାନାଳ ମେହେନ୍ତର ଓ ପୌର ପରିଷଦ ସଂଘର ଆଜୀବନ ସଭାପତି ଭଳି ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହିଥିଲେ। ବିଜେଡିର ଜଣେ ଆଗଧାଡ଼ିର ସଙ୍ଗଠନ ଭାବେ ବିଭିନ୍ନ ସମୟରେ ଜିଲା ସଭାପତି, ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ୱ ତୁଲାଇଥିଲେ। ସେ ଜାତୀୟ ଜନକ୍ରାନ୍ତି ପରିଷଦର ଉପଦେଷ୍ଟା ମଧ୍ୟ ଥିଲେ। ଶ୍ରମିକଙ୍କ କଲ୍ୟାଣ ପାଇଁ ସେ ଆଜୀବନ ସଂଗ୍ରାମ କରି ଆସିଥିଲେ। ତାଙ୍କ ପରଲୋକରେ ଢେଙ୍କାନାଳରେ ଶୋକର ଛାୟା ଖେଳିଯାଇଛି। ସୁଆଗୀ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?