ଶ୍ରମିକ ନେତା ଯୋଗେନ୍ଦ୍ର ତ୍ରିପାଠୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୭ା୨: ବିଶିଷ୍ଟ ଶ୍ରମିକ ନେତା ତଥା ଆଇନଜୀବୀ ଯୋଗେନ୍ଦ୍ରନାଥ ତ୍ରିପାଠୀଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ହୋଇଥିଲା। ସେ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଯାଇଛି। ଅନ୍ତିମ ସମୟରେ ପରିବାର ସଦସ୍ୟ ଏବଂ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ରବିବାର ସକାଳେ ମରଶରୀର ଢେଙ୍କାନାଳ ସହର ଗୁଡିଆନାଳୀସ୍ଥିତ ବାସଭବନରେ ପହଞ୍ଚତ୍ବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଧାୟକ ସୁଧୀର ସାମଲ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଜିଲାପାଳ ସରୋଜ କୁମାର ସେଠୀ ପ୍ରମୁଖ ବାସଭବନରେ ପହଞ୍ଚତ୍ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପୂର୍ବାହ୍ନରେ ମରଶରୀରକୁ ଏକ ଶୋଭାଯାତ୍ରାରେ ଜିଲା ସିଭିଲ କୋର୍ଟ ପରିସରକୁ ନିଆଯାଇଥିଲା। ସେଠାରେ ଜିଲା ଓକିଲ ସଂଘ ସଭାପତି ସଞ୍ଜୟ କୁମାର ମିଶ୍ର, ସମ୍ପାଦକ ଟଙ୍କଧର ବେହେରା ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଯୋଗେନ୍ଦ୍ରନାଥ ଓଡ଼ିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ, ଓଡ଼ିଶା ବିହନ ନିଗମ ଅଧ୍ୟକ୍ଷ, ହିନ୍ଦ୍‌ ମଜଦୁର ସଂଘର ସାଧାରଣ ସମ୍ପାଦକ, ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ସାଧାରଣ ସମ୍ପାଦକ, ଓଡ଼ିଶା ନିର୍ମାଣ ମଜଦୁର ସଭା ପ୍ରତିଷ୍ଠାତା ସଭାପତି, ଅନ୍ତର୍ଜାତୀୟ ଶ୍ରମିକ ସଂଘ ଉପସଭାପତି, ଓଡ଼ିଶା ବିଡି ଶ୍ରମିକ ମହାସଂଘର ସଭାପତି, ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ କାର୍ଯ୍ୟକାରୀ ସଭାପତି, ଢେଙ୍କାନାଳ ମେହେନ୍ତର ଓ ପୌର ପରିଷଦ ସଂଘର ଆଜୀବନ ସଭାପତି ଭଳି ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହିଥିଲେ। ବିଜେଡିର ଜଣେ ଆଗଧାଡ଼ିର ସଙ୍ଗଠନ ଭାବେ ବିଭିନ୍ନ ସମୟରେ ଜିଲା ସଭାପତି, ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ୱ ତୁଲାଇଥିଲେ। ସେ ଜାତୀୟ ଜନକ୍ରାନ୍ତି ପରିଷଦର ଉପଦେଷ୍ଟା ମଧ୍ୟ ଥିଲେ। ଶ୍ରମିକଙ୍କ କଲ୍ୟାଣ ପାଇଁ ସେ ଆଜୀବନ ସଂଗ୍ରାମ କରି ଆସିଥିଲେ। ତାଙ୍କ ପରଲୋକରେ ଢେଙ୍କାନାଳରେ ଶୋକର ଛାୟା ଖେଳିଯାଇଛି। ସୁଆଗୀ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri