ଗୀତିକାର ନେତ୍ରାନନ୍ଦ ବାରିକଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୬ା୧୨-ବିଶିଷ୍ଟ ଅଭିନେତା ତଥା ବହୁ ଲୋକପ୍ରିୟ ଗୀତର ସ୍ରଷ୍ଟା ନେତ୍ରାନନ୍ଦ ବାରିକ (୬୮)ଙ୍କ ରବିବାର ଅପରାହ୍ନରେ ତାଙ୍କ ବଲାଙ୍ଗୀର ସଦର ବ୍ଲକ ଖୁଜେନ୍‌ପାଲି ବାସଭବନରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସିନେମା ଓ କଳାପ୍ରେମୀ ମହଲରେ ଶୋକର ଛାୟା ଖେଳିଯାଇଛି। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର ଭୁଖା, ଶଲାବୁଢ଼ା, ଶଲାବୁଢ଼ାର ବଦ୍‌ଲା, ଆଦିମ ବିଚାର, ପାହାଡର ଲୁହ, ବଦ୍‌ଲା, ପାର୍ବତୀଗିରି, ଜୟ ଜଗନ୍ନାଥରେ ବିଭିନ୍ନ ଚରିତ୍ରରେ ସେ ନିଖୁଣ ଅଭିନୟ କରିଥିଲେ। ବହୁ ଲୋକପ୍ରିୟ ଚଳଚ୍ଚିତ୍ର ଗୀତ ଏବଂ ଆକାଶବାଣୀ କେନ୍ଦ୍ରର ସ୍ବୀକୃତିପ୍ରାପ୍ତ ଗୀତିକାର ତଥା ଲୋକପ୍ରିୟ ସମ୍ବଲପୁରୀ-କୋଶଲୀ ଗୀତ ଫଟାଇ ଖାଇଲି ବେଲ ଏବଂ ସଜନୀ ଗୀତର ସେ ସ୍ରଷ୍ଟା ଥିଲେ। ଅନେକ ଚଳଚ୍ଚିତ୍ରରେ ସେ ଆର୍ଟ ଡାଇରେକ୍ଟର ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗରେ ପ୍ରଖ୍ୟାତ ସିନେମା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଗୋପାଳ ପ୍ରଧାନ, ଗୁରୁଶ୍ରୀ ଡ. ଘାସିରାମ ମିଶ୍ର ଗଭୀର ଶୋକପ୍ରକାଶ କରିଛନ୍ତି ା ସୋମବାର ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବିଶ୍ୱକର୍ମା ପୂଜା

ବଲାଙ୍ଗୀର, ୧୭।୯: ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ଗୁରୁବାର ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଟର୍ମିନାଲଠାରେ ଘରୋଇ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?