ପ୍ରସାର ଭାରତୀର ପୂର୍ବତନ ଏଡିଜି ଅଭୟ ପାଢ଼ୀଙ୍କ ପରଲୋକ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପ୍ରସାର ଭାରତୀର ପୂର୍ବତନ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଭୟ କୁମାର ପାଢ଼ୀଙ୍କ ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ସପ୍ତାହେ ଧରି ବରଗଡ଼ର ବିକାଶ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ୧୯୪୯ ମସିହାରେ ଜନ୍ମଗ୍ରହଣ କରିଥିବା ଅଭୟ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ଇଂଲିଶରେ ସ୍ନାତକୋତ୍ତର ଶିକ୍ଷା ଶେଷ କରିଥିଲେ। କିଛିଦିନ ଧରି ଅଧ୍ୟାପକ ଭାବେ କାର୍ଯ୍ୟକରିଥିଲେ। ୧୯୭୫ରେ ପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ପ୍ରସାର ଭାରତୀରେ ଯୋଗଦେଇଥିଲେ। ଦୀର୍ଘ ୩୫ବର୍ଷ ଧରି ସେ ଉଭୟ ଅଲ୍‌ ଇଣ୍ଡିଆ ରେଡ଼ିଓ ଓ ଦୂରଦର୍ଶନରେ କାର୍ଯ୍ୟ କରି ୨୦୦୯ରେ ପ୍ରସାର ଭାରତୀର ଏଡିଜି ଭାବେ ଅବସର ନେଇଥିଲେ। ଏହାପରେ ସେ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ(ଆଇଆଇଏମସି)ରେ ଜଣେ ଗେଷ୍ଟ ଫାକଲ୍ଟି ଭାବେ ପିଲାଙ୍କୁ ପଢାଉଥିଲେ। ତାଙ୍କ ସଂଯୋଜିତ କାର୍ଯ୍ୟକ୍ରମ ‘ଅନ୍ତର୍ଦୃଷ୍ଟିରେ ପୃଥିବୀ’ ଲାଗି ସେ ବାର୍ଷିକ ଆକାଶବାଣୀ ପୁରସ୍କାର ପାଇଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କଠାରୁ ମଧ୍ୟ ସେ ସମ୍ମାନିତ ହୋଇଛନ୍ତି। ଏହାବ୍ୟତୀତ ଜଣେ ଲେଖକ ଭାବେ ମଧ୍ୟ ତାଙ୍କର ବହୁ ସୁନାମ ରହିଥିଲା। ବିଶେଷକରି ସମ୍ବଲପୁରୀ କଳା ସଂସ୍କୃତି, କୋଶଳୀ ଭାଷା ସମ୍ପର୍କରେ ଲିଖିତ ତାଙ୍କର ବହୁ ପୁସ୍ତକ ହିନ୍ଦୀ ଓ ବଙ୍ଗଳା ଭାଷାରେ ଅନୁଦିତ ହୋଇଛି। ତାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri