Posted inଖେଳ

କିମ୍ବଦନ୍ତୀ ପର୍ବତାରୋହୀଙ୍କ ପରଲୋକ

କାଠମାଣ୍ଡୁ, ୨୨ା୯ (ପି.ଟି.)-କିମ୍ବଦନ୍ତୀ ନେପାଳୀ ପର୍ବତାରୋହୀ ଅଙ୍ଗ୍‌ରିଟା ଶେର୍ପାଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୨ବର୍ଷ ହୋଇଥିଲା। ଅକ୍ସିଜେନ୍‌ ସିଲିଣ୍ଡରର ସହାୟତା ନ ନେଇ ୧୯୮୩ରୁ ୧୯୯୬ ମଧ୍ୟରେ ସେ ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟକୁ ୧୦ ଥର ଆରୋହଣ କରିଥିଲେ। ଏଥିପାଇଁ ତାଙ୍କ ନାମ ଗିନିଜ ଓ୍ବାଲର୍‌ଡ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛି। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ ମସ୍ତିଷ୍କ ଓ ଯକୃତ ଭଲରୂପେ କାମ କରୁ ନ ଥିଲା। ସୋମବାର କାଠମାଣ୍ଡୁସ୍ଥିତ ନିଜସ୍ବ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଅଙ୍ଗ୍‌ରିଟା ‘ସ୍ନୋ ଲିଓପାର୍ଡ’ ଭାବେ ପରିଚିତ ଥିଲେ। ସେ ଏକ ମଧ୍ୟବିତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri