ଦେବାଳିଆ ସଂସ୍ଥାଙ୍କଠୁ ଆଦାୟ ଦେବ ଏଜିଆର୍‌ ଦେୟ

ନୂଆଦିଲ୍ଲୀ,୧୧।୮: ଦେବାଳିଆ ସ୍ଥିତିକୁ ଚାଲିଯାଇଥିବା ଟେଲିକମ୍‌ କମ୍ପାନୀଗୁଡିକ ଉପରେ ରହିଥିବା ଆଡଜଷ୍ଟେଡ୍‌ ଗ୍ରସ୍‌ ରେଭେନ୍ୟୁ(ଏଜିଆର୍‌)ର ବକେୟା ଅର୍ଥ ଆଦାୟ କରାଯିବ। ଏହି ଅର୍ଥକୁ ଆଦାୟ କରିବା ଲାଗି ଏକ ବିସ୍ତୃତ ଯୋଜନା ଆଣିବାକୁ ସୁପ୍ରିମକୋର୍ଟ ସୋମବାର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଉପରେ ସୁପ୍ରିମକୋର୍ଟ ବର୍ତ୍ତମାନ ଶୁଣାଣି କରୁଥିବା ବେଳେ ଏଭଳି ନିର୍ଦ୍ଦେଶ ସରକାରଙ୍କୁ ଦେଇଥିବା ଜଣାପଡିଛି। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୪ରେ ହେବ। ସରକାର ହୁଏତ ଏଜିଆର ଦେୟ ଆଦାୟ କରିବାକୁ ସକ୍ଷମ ହେବେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଅନୁଭବ କରିଛନ୍ତି। କାରଣ ରିଲାଏନ୍ସ କମ୍ୟୁନିକେଶନ, ଏୟାରସେଲ ଏବଂ ଭିଡିଓକନ କମ୍ୟୁନିକେଶନ ଭଳି କମ୍ପାନୀ ବର୍ତ୍ତମାନ ଇନ୍‌ସଲଭେନ୍ସି ଧାରା ଦେଇ ଗତି କରୁଛନ୍ତି। ଜଷ୍ଟିସ ଅରୁଣ ମିଶ୍ର, ଜଷ୍ଟିସ ଏ.ଅବଦୁଲ ନାଜିର ଏବଂ ଜଷ୍ଟିସ ଏମ୍‌.ଆର୍‌.ଶାହା ଏହି ମାମଲା ଉପରେ ଶୁଣାଣି କରୁଛନ୍ତି। ଜୁଲାଇ ୨୦ ହୋଇଥିବା ଶୁଣାଣିରେ ସର୍ବୋଚ୍ଚ ନ୍ୟାୟାଳୟ ଇନ୍‌ସଲଭେନ୍ସିକୁ ଚାଲିଯାଇଥିବା କମ୍ପାନୀଗୁଡିକ ବିସ୍ତୃତ ରିପୋର୍ଟ ଟେଲିକମ୍‌ ମନ୍ତ୍ରଣାଳୟର ଟେଲିକମ୍‌ ବିଭାଗକୁ ମାଗିଥିଲେ। ଏହି କମ୍ପାନୀଗୁଡିକ ଉପରେ ୩୮,୯୬୪ କୋଟି ଟଙ୍କା ବକେୟା ରହିଛି। ସେହିଭଳି ଭୋଡାଫୋନ-ଆଇଡିଆଇ, ଟାଟା ଟେଲି ସର୍ଭିସେସ୍‌ ଏବଂ ଏୟାରଟେଲ ଭଳି କମ୍ପାନୀଗୁଡିକ ଦେୟ ପ୍ରଦାନ ମାମଲାର ଶୁଣାଣିକୁ ବର୍ତ୍ତମାନ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷିତ ରଖିଛନ୍ତି। ଟେଲିକମ୍‌ କମ୍ପାନୀଗୁଡିକ କେତେ ସମୟ ମଧ୍ୟରେ ଦେୟ ପଇଠ କରିବେ ସେ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସୀମା ଜାରି ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri