ପ୍ରଭାବିତ ହେବନି କୃଷି କ୍ଷେତ୍ର

ନୂଆଦିଲ୍ଲୀ: କରୋନା ଦ୍ୱିତୀୟ ଲହର ଯୋଗୁ ଦେଶର କୃଷି କ୍ଷେତ୍ର ଉପରେ କୌଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ ବୋଲି ନୀତି ଆୟୋଗ ସଦସ୍ୟ ରମେଶ ଚାନ୍ଦ ରବିବାର କହିଛନ୍ତି। ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି, ମେ ମାସରେ ଦେଶର ଗ୍ରାମାଞ୍ଚଳଗୁଡିକରେ ସଂକ୍ରମଣ ବ୍ୟାପିଥିଲା। ଏହି ମାସରେ କୃଷି ସମ୍ପର୍କିତ କାର୍ଯ୍ୟକଳାପ ବହୁତ କମ୍‌ ହୋଇଥାଏ। ବର୍ତ୍ତମାନ ଭାରତର ନୀତି ଧାନ, ଗହମ ଏବଂ ଆଖୁ ଭଳି ଫସଲ ଲାଗି ବିଶେଷ ଭାବେ ଉଦ୍ଦିଷ୍ଟ ରହୁଛି। ଏ କ୍ଷେତ୍ରରେ ସବସିଡି, ମୂଲ୍ୟ ଏବଂ ଟେକ୍ନୋଲୋଜିକୁ ଗୁରୁତ୍ୱ ଦିଆଯାଉଛି। ଡାଲି ଜାତୀୟ ଫସଲ ଉପରେ ସରକାର ଧ୍ୟାନ କେନ୍ଦ୍ରିତ କରିବା ସହ ସଂଗ୍ରହ ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି।
ସେ ପୁଣି କହିଛନ୍ତି, ମେ ମାସରେ ଫସଲ ବୁଣିବା କିମ୍ବା କାଟିବା ଭଳି କାମ ହୋଇ ନ ଥାଏ। ଅଫ୍‌ ସିଜନ ଫସଲ ଏହି ସମୟରେ ହୋଇଥାଏ। ମାର୍ଚ୍ଚ କିମ୍ବା ଏପ୍ରିଲ ମଧ୍ୟ ଭାଗ ଯାଏ କୃଷି କାର୍ଯ୍ୟକଳାପ ଶୀର୍ଷରେ ରହିଥାଏ। ଏହା ପରବର୍ତ୍ତୀ ସମୟରେ ଏଥିରେ ହ୍ରାସ ପରିଲକ୍ଷିତ ହୋଇଥାଏ। ମୌସୁମୀ ଆସିବା ପରେ କୃଷି କାର୍ଯ୍ୟକଳାପ ପୁଣି ଥରେ ବୃଦ୍ଧି ହୋଇଥାଏ। ଏଭଳି ସ୍ଥିତିରେ ମେ ମାସରୁ ଜୁନ୍‌ ମଧ୍ୟଭାଗ ଯାଏ ଶ୍ରମିକଙ୍କ ଉପଲବ୍ଧତା କମ୍‌ ରହିଥାଏ ତେବେ କୃଷି କ୍ଷେତ୍ର ଉପରେ କୌଣସି ପ୍ରଭାବ ପରିଲକ୍ଷିତ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri