୧୧ ଗୁଣ ବଢ଼ିଛି କୃଷି ବଜେଟ

ନୂଆଦିଲ୍ଲୀ: ୨୦୦୯-୧୦ରେ ଉପା ସରକାରଙ୍କ ସମୟରେ ଦେଶର କୃଷି ବଜେଟ ପରିମାଣ ପ୍ରାୟ ୧୨ ହଜାର କୋଟି ଟଙ୍କା ରହିଥିଲା। ବର୍ତ୍ତମାନ ଏହା ୧୧ ଗୁଣ ବଢି ୧.୩୪ ଲକ୍ଷ କୋଟି ଟଙ୍କା ଛୁଇଁଥିବା ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଶନିବାର ସୂଚନା ଦେଇଛନ୍ତି। କୃଷକଙ୍କ ବିକାଶ ଲାଗି କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ସେ ମତ ପ୍ରକାଶ କରିଛନ୍ତି। ନୂଆ କୃଷି ବିଲ୍‌ରେ କୃଷକଙ୍କୁ ସେମାନଙ୍କ ଦ୍ୱାରା ଉତ୍ପାଦିତ ଖାଦ୍ୟଶସ୍ୟ ବିକ୍ରିବଟାରେ ସ୍ବାଧୀନତା ମିଳିବ ବୋଲି ସେ ସ୍ପଷ୍ଟ କରିଛନ୍ତି। କୃଷକମାନେ ନୂଆ ବ୍ୟବସ୍ଥା ଦ୍ୱାରା ସରକାରଙ୍କ ପକ୍ଷରୁ ନିଶ୍ଚିତ କରାଯାଉଥିବା ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପାଇବେ ନାହିଁ ବୋଲି ଆଶଙ୍କା ପ୍ରକାଶ ପାଇଛି। ଏହାକୁ ନେଇ ଦେଶର ବିଭିନ୍ନ ପ୍ରାନ୍ତରେ କୃଷକ ରାସ୍ତାକୁ ଓହ୍ଲାଇଛନ୍ତି। ଏଭଳି ସ୍ଥିତିରେ କୃଷି ମନ୍ତ୍ରଣାଳୟର ବଜେଟ ବଢିବା ଯୋଗୁ ଖାଦ୍ୟଶସ୍ୟ ସଂଗ୍ରହରେ ସରକାର ଅଧିକ ଖର୍ଚ୍ଚ କରିବେ ବୋଲି କୁହାଯାଇଛି। ଏନ୍‌ଡିଏ ସରକାର ନିରନ୍ତର କୃଷକଙ୍କ ବିକାଶ ଲାଗି କାର୍ଯ୍ୟ କରୁଥିବା ଗଙ୍ଗଓ୍ବାର ମତ ରଖିଛନ୍ତି।
ଏକ କାର୍ଯ୍ୟକ୍ରମରେ ନୂଆ କୃଷି ବିଲ୍‌ ଉପରେ ସେ କହିଛନ୍ତି ଯେ, ନୂଆ କୃଷି ବିଲ୍‌ ଦ୍ୱାରା କୃଷକ ଲାଭବାନ ହେବେ। ଉତ୍ପାଦିତ ସାମଗ୍ରୀକୁ ଅନ୍ୟ ରାଜ୍ୟରେ କୃଷକମାନେ ଉନ୍ନତ ମୂଲ୍ୟରେ ବିକ୍ରି କରିପାରିବେ। ସେହିଭଳି ପୂର୍ବର ସରକାରଙ୍କ ତୁଳନାରେ ଏମ୍‌ଏସ୍‌ପି ବିଶେଷ ଭାବେ ବୃଦ୍ଧି ପାଇଥିବା ସେ ସ୍ପଷ୍ଟୀକରଣ ଦେଇଛନ୍ତି। ଏହାବାଦ ପାର୍ଲାମେଣ୍ଟରେ ପାସ୍‌ ହୋଇଥିବା ନୂଆ ଶ୍ରମ ସଂସ୍କାର ବିଲ୍‌ ଦ୍ୱାରା ଶ୍ରମିକଙ୍କ ଲାଗି ମଙ୍ଗଳକାରୀ ହେବ ବୋଲି ସେ ଆଶାବାଦୀ ରହିଥିବା କହିଛନ୍ତି। ଏହା ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଂ ବିଜ୍‌ନେସକୁ ବୃଦ୍ଧି କରାଇବା ଦିଗରେ ଯୋଗଦାନ ରଖିବ। ପରିବର୍ତ୍ତିତ ସମୟରେ ଏହା ଶିଳ୍ପ ଏବଂ ଶ୍ରମିକଙ୍କ ମଧ୍ୟରେ ମଧ୍ୟ ଯୋଗସୂତ୍ର ରକ୍ଷା କରିବା ନେଇ ସେ ଆଶାବାଦୀ ରହିଛନ୍ତି। ଦେଶକୁ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ଦିଗରେ ଅଂଶୀଦାରମାନେ ଯୋଗଦାନ ରଖିବାକୁ ସେ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri