ସାର, କୀଟ ନାଶକ ଔଷଧର କଳାବଜାରୀ ରୋକିବା ପାଇଁ ଅଚାନକ ଚଢାଉ କଲା କୃଷି ବିଭାଗ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସାର ଓ କୀଟ ନାଶକ ଔଷଧର କଳାବଜାରୀ ରୋକିବା ଉଦ୍ୟମରେ କୃଷି ବିଭାଗ ପକ୍ଷରୁ ଗୁରୁବାର ଅଚାନକ ଚଢ଼ାଉ ହୋଇଛି। ଏଥିରେ ନର୍ଲା ଜିଲା କୃଷି ଅଧିକାରୀ ଶୁଭେନ୍ଦୁ କର, କର୍ଲାମୁଣ୍ଡା ବ୍ଳକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ,ଏଏଓ କୁମାର ଚିରଞ୍ଜିବୀ ପ୍ରମୁଖ ବ୍ଲକର ଜୋରାଡ଼ବରା, କୁଶୁର୍ଲା, ଖଲିଆପାଲି, ଭଟାପଲା, ସାପଲହରା, ଡୁକେରମାଲ, କର୍ଲାମୁଣ୍ଡା ଆଦି ସ୍ଥାନମାନଙ୍କରେ ଥିବା ସାର ଓ କୀଟନାଶକ ଦୋକାନ ଗୁଡ଼ିକରେ ପହଞ୍ଚି ସମସ୍ତ ପ୍ରକାର କାଗଜ ପତ୍ର ଯାଞ୍ଚ କରିଛନ୍ତି। ଏହା ସହ ଏକ୍ସପାରୀ ଔଷଧ, ଷ୍ଟକ ରେଜିଷ୍ଟର, ବିକ୍ରି ରେଜିଷ୍ଟର, ସୋର୍ସ ସାଟିଫିକେଟ , ଚଢା ଦରରେ ବିକ୍ରିର ତନଖି କରିଥିଲେ। ତେବେ ଏହି ଚଢ଼ାଉ ସମୟରେ ବିଭିନ୍ନ ଗାଁର ୯ ଜଣ ସାର ଓ କୀଟନାଶକ ବ୍ୟବସାୟୀଙ୍କ ଅସାଧୁ ଉପାୟ ଅବଲମ୍ବନ କରିଥିବା ଚଢ଼ାଉ ବେଳେ ଜଣାପଡ଼ିଥିବାରୁ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିବା ଏଏଓ କୁମାର ଚିରଞ୍ଜିବୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri