ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସମାରୋହରେ ଜିଲାପାଳ ସରୋଜ କୁମାର ମିଶ୍ର, ଏସ୍‌ପି ବିବେକାନନ୍ଦ ଶର୍ମା, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ରାୟଗଡ଼ା ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ଡିଆଇପିଆର୍‌ଓ ବସନ୍ତ କୁମାର ପ୍ରଧାନ ପରିଚାଳନା କରିଥିଲେ। କୋଭିଡ୍‌ କଟକଣା ଯୋଗୁ ଦର୍ଶକଙ୍କ ପ୍ରବେଶକୁ ବାରଣ କରାଯାଇଥିଲା।