ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍‌ ମହାମାରୀ ସମୟରେ ମେଡିକାଲରେ ବେଡ୍‌ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିବାକୁ ଅନୁମତି ଦିଆ ନ ଯାଇ ଅନ୍ୟତ୍ର ନେବାକୁ କୁହାଯାଉଥିବା ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ଏମ୍‌ସ ଭଳି ଜାତୀୟସ୍ତରୀୟ ଚିକିତ୍ସାଳୟରେ ରୋଗୀଙ୍କ ସ୍ବାସ୍ଥ୍ୟ, ସମ୍ମାନ ଓ ମାନବାଧିକାର କ୍ଷୁଣ୍ଣ ହେଉଛି। କୋଭିଡ-୧୯ ମହାମାରୀ ସମୟରେ ଏମ୍‌ସର ଆଉଟ୍‌ଡୋର ବନ୍ଦ କରାଯାଇଛି। ଏଥିସହିତ ଏଠାକୁ ଆସୁଥିବା ଗୁରୁତର ଅଣ-କୋଭିଡ୍‌ ରୋଗୀଙ୍କୁ ଭେଣ୍ଟିଲେଟର ସହିତ ଆଇସିୟୁ ବେଡ୍‌ ପ୍ରଦାନ କରିବାକୁ ମନା କରାଯାଇ ଅନ୍ୟତ୍ର ପଠାଯାଉଛି। ରୋଗୀଙ୍କୁ ଭର୍ତ୍ତି କରାଗଲେ ମଧ୍ୟ ଓ୍ବାର୍ଡ ମିଳିବାକୁ ୨ରୁ ୩ଦିନ ଲାଗିଯାଉଛି। ଫଳରେ କେତେଜଣ ରୋଗୀ ଘରୋଇ ମେଡିକାଲକୁ ଯାଇ ଶୋଷଣର ଶିକାର ହେଉଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ସମାଧାନ କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଦୀପ୍ତ କମିଶନଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri