୨୦୩୦ ସୁଦ୍ଧା ଜିଲାକୁ ବାଲ୍ୟବିବାହ ମୁକ୍ତ କରିବା ଲକ୍ଷ୍ୟ

ରାୟଗଡ଼ା ଅଫିସ,୯ା୯:ସଚେତନତା ହିଁ ବାଲ୍ୟବିବାହ, ଶିଶୁ ଅପରାଧ, ଘରୋଇ ହିଂସା ଓ ଲିଙ୍ଗ ଭିତ୍ତିକ ହିଂସାକୁ ରୋକିପାରିବ। ଲୋକଙ୍କୁ ଅଧିକ ସଚେତନ କରିବା ଉଦ୍ଦେଶ୍ୟରେ ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା ଅଭିଯାନରେ ସଚେତନତା ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜିଲାର ସମସ୍ତ ଗ୍ରାମକୁ ଯାଇ ଲୋକଙ୍କୁ ସଚେତନ କରିବ। ରାୟଗଡ଼ା ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ସବୁଜ ପତାକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି।
ନାବାଳିକାଙ୍କୁ ପାଠପଢ଼ା ବୟସରେ ବିବାହ ବନ୍ଧନରେ ଛନ୍ଦି ଦିଆଯାଉଛି। ଯୋଗ୍ୟ ବୟସ ପୂର୍ବରୁ ମାତୃତ୍ୱ ଲାଭ କରୁଥିବାରୁ ମାତୃ ଏବଂ ଶିଶୁ ମୃତ୍ୟୁହାର ବୃଦ୍ଧିପାଉଛି। ଏହାକୁ ରୋକିବା ମୂଳ ଲକ୍ଷ୍ୟ। ପିଲାଙ୍କୁ ପାଠ ପଢ଼ିବା ପାଇଁ ସଚେତନ କରାଯିବ। ୨୦୩୦ ସୁଦ୍ଧା ସମଗ୍ର ଜିଲାକୁ ବାଲ୍ୟବିବାହ ମୁକ୍ତ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। ଏଥିପାଇଁ ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ ଜିଲା ସମାଜ କଲ୍ୟାଣ ବିଭାଗ, ଶିଶୁ ସୁରକ୍ଷା ୟୁନିଟ, ୟୁନିସେଫ୍‌ ଓ ଆକ୍ସନଏଡ୍‌ର ମିଳିତ ପ୍ରୟାସରେ ଏକ ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ସଚେତନତା ରଥ ଗାଁରେ ପହଞ୍ଚିବା ପରେ ଆଶାକର୍ମୀ, ଏସ୍‌ଏଚ୍‌ଜି ସଭ୍ୟା, ନିର୍ବାଚିତ ପଞ୍ଚାୟତ ପ୍ରତିନିଧି, ସମସ୍ତ ଜାତି ସମାଜ ମୁଖ୍ୟ, କିଶୋରୀ, ବାଳିକା ଓ ଗ୍ରାମର ଅନ୍ୟ ବ୍ୟକ୍ତିଙ୍କୁ ନେଇ ଅଙ୍ଗନଓ୍ବାଡି କର୍ମୀମାନେ ବୈଠକ କରିବେ। ବଲ୍ୟ ବିବାହକୁ ନା ଏବଂ ସ୍କୁଲ ଯିବାକୁ ହଁ କହିବା ଉପରେ ସାମୁହିକ ଶପଥ କରାଇବେ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା କହିଛନ୍ତି। ଜିଲା କାର୍ଯ୍ୟାଳୟ ପରିସରରେ ରଥ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଏବିଇଓ ଭଜନଲାଲ ମାଝି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଡିଅଇପିଆର୍‌ଓ ବସନ୍ତ କୁମାର ପ୍ରଧାନ, ଓର୍‌ମାସର ଡେପୁଟି ସିଇଓ ମନୋଜ ପାତ୍ର, ଜିଲା କ୍ରୀଡ଼ା ଅଧିକାରୀ, ସମାଜ ମଙ୍ଗଳ ବିଭାଗର କାର୍ଯ୍ୟକ୍ରମ ଅଧିକାରୀ କାମାକ୍ଷୀ ମଞ୍ଜରୀ ପାଢ଼ୀ, ଆକ୍ସନଏଡ୍‌ର ଜିଲା ବାଲ୍ୟବିବାହ ନିଷେଧ ପରାମର୍ଶଦାତା ରତ୍ନେଶ୍ବର ସାହୁ, ସିଡିପିଓ ମିନାକ୍ଷୀ ଦାସ, ଜିଲା ସମାଜ ମଙ୍ଗଳ ବିଭାଗ ଓ ଜିଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri