୨୦୩୦ ସୁଦ୍ଧା ଜିଲାକୁ ବାଲ୍ୟବିବାହ ମୁକ୍ତ କରିବା ଲକ୍ଷ୍ୟ

ରାୟଗଡ଼ା ଅଫିସ,୯ା୯:ସଚେତନତା ହିଁ ବାଲ୍ୟବିବାହ, ଶିଶୁ ଅପରାଧ, ଘରୋଇ ହିଂସା ଓ ଲିଙ୍ଗ ଭିତ୍ତିକ ହିଂସାକୁ ରୋକିପାରିବ। ଲୋକଙ୍କୁ ଅଧିକ ସଚେତନ କରିବା ଉଦ୍ଦେଶ୍ୟରେ ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା ଅଭିଯାନରେ ସଚେତନତା ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜିଲାର ସମସ୍ତ ଗ୍ରାମକୁ ଯାଇ ଲୋକଙ୍କୁ ସଚେତନ କରିବ। ରାୟଗଡ଼ା ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ସବୁଜ ପତାକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି।
ନାବାଳିକାଙ୍କୁ ପାଠପଢ଼ା ବୟସରେ ବିବାହ ବନ୍ଧନରେ ଛନ୍ଦି ଦିଆଯାଉଛି। ଯୋଗ୍ୟ ବୟସ ପୂର୍ବରୁ ମାତୃତ୍ୱ ଲାଭ କରୁଥିବାରୁ ମାତୃ ଏବଂ ଶିଶୁ ମୃତ୍ୟୁହାର ବୃଦ୍ଧିପାଉଛି। ଏହାକୁ ରୋକିବା ମୂଳ ଲକ୍ଷ୍ୟ। ପିଲାଙ୍କୁ ପାଠ ପଢ଼ିବା ପାଇଁ ସଚେତନ କରାଯିବ। ୨୦୩୦ ସୁଦ୍ଧା ସମଗ୍ର ଜିଲାକୁ ବାଲ୍ୟବିବାହ ମୁକ୍ତ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। ଏଥିପାଇଁ ପ୍ରଚେଷ୍ଟା ଅଭିଯାନ ମାଧ୍ୟମରେ ଜିଲା ସମାଜ କଲ୍ୟାଣ ବିଭାଗ, ଶିଶୁ ସୁରକ୍ଷା ୟୁନିଟ, ୟୁନିସେଫ୍‌ ଓ ଆକ୍ସନଏଡ୍‌ର ମିଳିତ ପ୍ରୟାସରେ ଏକ ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ସଚେତନତା ରଥ ଗାଁରେ ପହଞ୍ଚିବା ପରେ ଆଶାକର୍ମୀ, ଏସ୍‌ଏଚ୍‌ଜି ସଭ୍ୟା, ନିର୍ବାଚିତ ପଞ୍ଚାୟତ ପ୍ରତିନିଧି, ସମସ୍ତ ଜାତି ସମାଜ ମୁଖ୍ୟ, କିଶୋରୀ, ବାଳିକା ଓ ଗ୍ରାମର ଅନ୍ୟ ବ୍ୟକ୍ତିଙ୍କୁ ନେଇ ଅଙ୍ଗନଓ୍ବାଡି କର୍ମୀମାନେ ବୈଠକ କରିବେ। ବଲ୍ୟ ବିବାହକୁ ନା ଏବଂ ସ୍କୁଲ ଯିବାକୁ ହଁ କହିବା ଉପରେ ସାମୁହିକ ଶପଥ କରାଇବେ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା କହିଛନ୍ତି। ଜିଲା କାର୍ଯ୍ୟାଳୟ ପରିସରରେ ରଥ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଏବିଇଓ ଭଜନଲାଲ ମାଝି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଡିଅଇପିଆର୍‌ଓ ବସନ୍ତ କୁମାର ପ୍ରଧାନ, ଓର୍‌ମାସର ଡେପୁଟି ସିଇଓ ମନୋଜ ପାତ୍ର, ଜିଲା କ୍ରୀଡ଼ା ଅଧିକାରୀ, ସମାଜ ମଙ୍ଗଳ ବିଭାଗର କାର୍ଯ୍ୟକ୍ରମ ଅଧିକାରୀ କାମାକ୍ଷୀ ମଞ୍ଜରୀ ପାଢ଼ୀ, ଆକ୍ସନଏଡ୍‌ର ଜିଲା ବାଲ୍ୟବିବାହ ନିଷେଧ ପରାମର୍ଶଦାତା ରତ୍ନେଶ୍ବର ସାହୁ, ସିଡିପିଓ ମିନାକ୍ଷୀ ଦାସ, ଜିଲା ସମାଜ ମଙ୍ଗଳ ବିଭାଗ ଓ ଜିଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri