ବାୟୁ ପ୍ରଦୂଷଣ ସ୍ଥିତି ସଂଘାତିକ, ୩୦ ଦିନରେ ୧୯ ହଜାର ଲୋକ ପହଞ୍ଚିଲେ ହସ୍ପିଟାଲ

ଲାହୋର,୧୭।୧୧: ପାକିସ୍ତାନର ଲାହୋରରେ ଲୋକମାନେ ଶ୍ୱାସରୁଦ୍ଧ ହେବାରେ ଲାଗିଛନ୍ତି। ଭୟଙ୍କର ପ୍ରଦୂଷଣ ଯୋଗୁଁ ସାଧାରଣ ଜୀବନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି। ଗତ ୩୦ଦିନ ମଧ୍ୟରେ ୧୯ଲକ୍ଷରୁ ଅଧିକ ଲୋକ ଶ୍ୱାସ ରୋଗରେ ପୀଡିତ ହୋଇ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ ପହଞ୍ଚିଛନ୍ତି।
କେବଳ ଶନିବାର ପାକିସ୍ତାନର ପଞ୍ଜାବ ପ୍ରଦେଶର ୭୫,୦୦୦ରୁ ଅଧିକ ଲୋକ ବିଷାକ୍ତ ଧୂଆଁ ଏବଂ ବାୟୁ ପ୍ରଦୂଷଣ କାରଣରୁ ଶ୍ୱାସକ୍ରିୟାରେ ସମସ୍ୟା ଥିବା ଅଭିଯୋଗ ନେଇ ଡାକ୍ତରଖାନାକୁ ଯାଇଥିଲେ। ଏହା ବ୍ୟତୀତ ୩,୩୫୯ ଆଜମା ରୋଗୀ, ୨୮୬ ହୃଦଘାତ ରୋଗୀ, ୬୦ଷ୍ଟ୍ରୋକ ରୋଗୀ ଏବଂ ୬୨୭ କଞ୍ଜୁକ୍ୟୁଟିଭାଇଟିସ ରୋଗୀ ଚିକିତ୍ସିତ ହୋଇଥିଲେ।
ଲାହୋରରେ ବାୟୁ ପ୍ରଦୂଷଣ ସହ ଜଡିତ ସର୍ବାଧିକ ମାମଲା ରିପୋର୍ଟ ହୋଇଛି। ଏଠାରେ ୫,୩୫୩ ଲୋକ ଶ୍ୱାସକ୍ରିୟା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିମଧ୍ୟରେ ୩୫୯ ଆଜମା ରୋଗୀ, ୧୭୧ ହୃଦ ରୋଗୀ,୨୦ ଷ୍ଟ୍ରୋକ ପୀଡିତ ଏବଂ ୩୦୩ କଞ୍ଜୁକଟିଭାଇଟିସ ଅନ୍ତର୍ଭୁକ୍ତ । ଲାହୋରର ପ୍ରମୁଖ ଡାକ୍ତରଖାନାଗୁଡ଼ିକରେ ଏହି ରୋଗୀମାନଙ୍କ ଭିଡ ହୋଇଛି। ଶ୍ୱାସକ୍ରିୟା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରାୟ ସମସ୍ତ ଡାକ୍ତରଖାନରେ ସ୍ବାସ୍ଥ୍ୟକର୍ମୀଙ୍କ ଛୁଟିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri