ବିମାନ କମ୍ପାନୀ ରାଜସ୍ବ ୮୫.୭% କମିଛି

ନୂଆଦିଲ୍ଲୀ,୧୭।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ପ୍ରଥମ ତ୍ରୈମାସରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୮୫.୭% ହ୍ରାସ ଘଟି ୩,୬୫୧ କୋଟି ରହିଛି। କୋଭିଡ୍‌-୧୯ ଯୋଗୁ ବିମାନ ସେବା ବାତିଲ ରହିବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। ଭାରତୀୟ ବିମାନ କମ୍ପାନୀଗୁଡିକରେ ମାର୍ଚ୍ଚରେ ୭୪,୮୮୭ କର୍ମଚାରୀ କାମ କରୁଥିଲେ। ଏଥିରେ ୭.୦୭% ହ୍ରାସ ଘଟି ୬୯,୫୮୯କୁ ରହିଥିବା ଜଣାପଡିଛି। ଏପ୍ରିଲ-ଜୁନ ସମୟରେ ଏୟାରପୋର୍ଟ ଅପରେଟରଙ୍କ କ୍ଷତି ୮୯୪ କୋଟି ଟଙ୍କା ରହିଛି। ସୂଚନାଯୋଗ୍ୟ, ଦେଶ ମଧ୍ୟରେ ବିମାନ ସେବା ମାର୍ଚ୍ଚ ୨୫ରୁ ମେ ୨୪ ପର୍ଯ୍ୟନ୍ତ ବନ୍ଦ ରହିଥିଲା। ମେ ମାସ ୨୫ ଠାରୁ ପୁଣି ଥରେ ବିମାନ ସେବା ଉପଲବ୍ଧ ହେଉଛି। ୨୦୧୯ ଏପ୍ରିଲ-ଜୁନ ସମୟ ଅବଧିରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୨୫,୫୧୭ କୋଟି ରହିଥିଲା। ଏହା ଚଳିତ ଆର୍ଥତ୍କ ବର୍ଷ ସମାନ ଅବଧିରେ ୩,୬୫୧ କୋଟିକୁ ଖସିଛି। ଏୟାର ଇଣ୍ଡିଆର ରାଜସ୍ବ ୭,୦୬୬ କୋଟି ଟଙ୍କାରୁ ୧୫୩୧ ଟଙ୍କାକୁ ଖସିଛି। ସେହିଭଳି ମାର୍ଚ୍ଚ-ଜୁଲାଇ ଅବଧିରେ ଘରୋଇ ବଜାରର ଏୟାର ଟ୍ରାଫିକ ୧.୨ କୋଟିକୁ ଖସିଛି। ଏହା ଗତ ବର୍ଷ ସମାନ ଅବଧିରେ ୫.୮୫ କୋଟି ରହିଥିଲା। ମାର୍ଚ୍ଚ ଜୁଲାଇ ଅବଧିରେ ଅନ୍ତର୍ଜାତୀୟ ଟ୍ରାଫିକ ୧୧.୫୫ ଲକ୍ଷକୁ ଖସିଛି ଯାହା ପୂର୍ବରୁ ୯୩.୪୫ ଲକ୍ଷ ରହିଥିଲା। କରୋନା ମହାମାରୀକୁ ରୋକିବା ଲାଗି କେନ୍ଦ୍ର ସରକାର ମାର୍ଚ୍ଚ ୨୩ ପରଠାରୁ ଅନ୍ତର୍ଜାତୀୟ ବିମାନ ସେବା ବାତିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri