Posted inଜାତୀୟ

ସରକାରଙ୍କ ଚିନ୍ତାଜନକ ତଥ୍ୟ, ସଡ଼କ ଦୁର୍ଘଟଣାରେ ଦିନକୁ ୪୭୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୦: ୨୦୨୩ରେ ଦେଶରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟାକୁ ନେଇ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। କେନ୍ଦ୍ର ସରକାରଙ୍କ ସହ ରାଜ୍ୟଗୁଡିକ ଅଂଶୀଦାର କରିଥିବା ତଥ୍ୟ ଅନୁଯାୟୀ ୨୦୨୩ ମସିହାରେ ପ୍ରାୟ ୧.୭୩ ଲକ୍ଷ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏହାର ଅର୍ଥ ପ୍ରତିଦିନ ହାରାହାରି ୪୭୪ ଲୋକ ପ୍ରାଣ ଯାଉଛି କିମ୍ବା ପ୍ରତି ୩ ମିନିଟରେ ପ୍ରାୟ ଜଣଙ୍କର ମୃତ୍ୟୁ ହେଉଛି।

ଏହି ସମସ୍ୟାର ଗମ୍ଭୀରତା ଏବଂ ଦୁର୍ଘଟଣା ପଛର କାରଣ ଆକଳନ କରିବା ପାଇଁ ସରକାର ଜାତୀୟ ସ୍ତରରେ ସଡ଼କ ଦୁର୍ଘଟଣା ତଥ୍ୟ ସଂଗ୍ରହ ଆରମ୍ଭ କରିବା ପରଠାରୁ ଏହା ଏକ ବର୍ଷ ମଧ୍ୟରେ ସର୍ବାଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ଗତ ବର୍ଷ ସର୍ବାଧିକ ୪.୬୩ ଲକ୍ଷ ଲୋକ ଆହତ ହୋଇଥିବା ବେଳେ ସଡ଼କ ଦୁର୍ଘଟଣା ଯୋଗୁଁ ଆହତଙ୍କ ସଂଖ୍ୟା କିପରି ବୃଦ୍ଧି ପାଉଛି ତାହା ତଥ୍ୟରେ ଦର୍ଶାଯାଇଛି, ଯାହାକି ୨୦୨୨ ତୁଳନାରେ ୪ ପ୍ରତିଶତ ଅଧିକ ଥିଲା।

ସଡ଼କ ପରିବହନ ମନ୍ତ୍ରଣାଳୟ ଦ୍ୱରୋ ପ୍ରକାଶିତ ରିପୋର୍ଟ ଅନୁଯାୟୀ ୨୦୨୨ରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧.୬୮ ଲକ୍ଷ ହୋଇଥିବାବେଳେ ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ସଂଗୃହିତ ତଥ୍ୟ ଅନୁଯାୟୀ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧.୭୧ଲକ୍ଷ ଥିଲା। ଉଭୟ ଏଜେନ୍ସି ୨୦୨୩ପାଇଁ ଏପର୍ଯ୍ୟନ୍ତ ସଡ଼କ ଦୁର୍ଘଟଣା ଆକଳନ ପ୍ରକାଶ କରି ନାହାଁନ୍ତି।
ପ୍ରାପ୍ତ ସୂଚନା ଅନୁଯାୟୀ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଗୁଜୁରାଟ, ରାଜସ୍ଥାନ, ତାମିଲନାଡୁ, ପଶ୍ଚିମବଙ୍ଗ, ପଞ୍ଜାବ, ଆସାମ ଏବଂ ତେଲଙ୍ଗାନା ସମେତ ଅତି କମରେ ୨୧ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ୨୦୨୨ତୁଳନାରେ ସଡ଼କ ଦୁର୍ଘଟଣାର ବୃଦ୍ଧି ରେକର୍ଡ କରିଛି। ଆନ୍ଧ୍ରପ୍ରଦେଶ, ବିହାର, ଦିଲ୍ଲୀ, କେରଳ ଏବଂ ଚଣ୍ଡିଗଡ଼ ଭଳି ରାଜ୍ୟରେ ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ ଘଟିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri