ଗୁରୁବାର ସୁଦ୍ଧା ଏସବୁ ଜିଲାରେ କାଳବୈଶାଖୀ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଅପରାହ୍ନରେ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ,ଗଜପତି, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।