ସର୍ବଦଳୀୟ ରଣନୀତି ଫେଲ୍‌, ବାଜିମାରିଲେ ସ୍ବାଧୀନ ପ୍ରାର୍ଥୀ

ପଟ୍ଟାଙ୍ଗୀ, ୨୭।୨(ଡି.ଏନ୍‌.ଏ.): ରାଜ୍ୟରେ ସରିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଶନିବାର ପ୍ରଥମ ପର୍ଯ୍ୟାୟ ଭୋଟଗଣତି ଆରମ୍ଭ ହୋଇଛି। ଚୂଡ଼ାନ୍ତ ବିଜୟୀ ତାଲିକା ପ୍ରକାଶ ପାଇ ନ ଥିଲେ ସୁଦ୍ଧା ୩୧୪ ବ୍ଲକର ୩୧୫ ଜିଲା ପରିଷଦ ଜୋନ୍‌ରେ ହୋଇଥିବା ଗଣତିରେ ବିଜେଡିର ୨୭୫ରୁ ଊର୍ଦ୍ଧ୍ୱ ଜୋନ୍‌ରେ ଆଗୁଆ ରହିବା ଏକତରଫା ବିଜୟକୁ ସୁନିଶ୍ଚିତ କରାଉଛି। ହେଲେ ସୀମା ବିବାଦକୁ ନେଇ ଚର୍ଚ୍ଚାରେ ଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆରେ କିନ୍ତୁ ଭିନ୍ନ ଫଳାଫଳ ଦେଖିବାକୁ ମିଳିଛି। ଏଠାରେ ରାଜ୍ୟର ବିଭିନ୍ନ ଦଳର ନେତାଙ୍କ ରଣନୀତି ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ପଟ୍ଟାଙ୍ଗୀ ବ୍ଲକ ଜୋନ୍‌-୧ରେ କୋଟିଆ ଆସୁଥିବାରୁ ପଡ଼ୋଶୀ ଆନ୍ଧ୍ରକୁ ମୁହଁତୋଡ଼ ଜବାବ ଦେବାକୁ ମମତା ଜାନିଙ୍କୁ ସର୍ବଦଳୀୟ ପ୍ରାର୍ଥୀ କରାଯାଇଥିଲା। ହେଲେ ତାଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀଭାବେ ଟିକାଇ ଗେମେଲଙ୍କ ବିଜୟ ହୋଇଥିବା ବିଡିଓ ସୌମ୍ୟ ସାର୍ଥକ ମିଶ୍ର ସୂଚନା ଦେଇଛନ୍ତି। ମମତା ୬,୬୪୪ ଖଣ୍ଡ ଭୋଟ ପାଇଥିବାବେଳେ ସ୍ବାଧୀନରୁ ପ୍ରାର୍ଥୀ ହୋଇଥିବା ଗେମେଲ ୧୦,୩୬୪ ଭୋଟ ପାଇଛନ୍ତି। ଏହି ଫଳାଫଳ ସ୍ଥାନୀୟ ଅଞ୍ଚଳର ରାଜନୈତିକ ନେତୃବୃନ୍ଦଙ୍କ ବିଫଳ ରଣନୀତିକୁ ସୂଚାଉ ଥିବା ଜଣାପଡ଼ିଛି। ଗତ ବର୍ଷ ଏହି ଅଞ୍ଚଳରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ କରି ନିଜର ସ୍ଥିତି ଜାହିର କରିବାକୁ ଚେଷ୍ଟା କରିଥିବାବେଳେ ଏବେ ଓଡ଼ିଶାର ସବୁ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ମମତାଙ୍କ ପରାଜୟ ଅନେକ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି।
ସକାଳ ୮ଟାରେ ପଟ୍ଟାଙ୍ଗୀ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିଲା। ଗଣତି ପରେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଥିଲା। ଶେଷରେ ସ୍ବାଧୀନ ପ୍ରାର୍ଥୀ ଗେମେଲ ୩,୭୧୦ ଭୋଟରେ ବିଜୟୀ ହେବା ସମସ୍ତଙ୍କୁ ଚକିତ କରିଛି। ସେହିପରି କୋଟିଆ ପଞ୍ଚାୟତରେ ଲିୟୁ ଗେମେଲ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଅପରପକ୍ଷରେ ଏହି ବିଜୟ ମୋର ନୁହେଁ ଏହା ୭ଟି ପଞ୍ଚାୟତର ଭୋଟରଙ୍କ ବିଜୟ ବୋଲି ଗେମେଲ କହିଛନ୍ତି। କୋଟିଆ ପଞ୍ଚାୟତ ତଥା ଅନ୍ୟ ୬ ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସଂଘର୍ଷ କରିବା ସହ ସରକାରଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ମୋର ମୂଳ ଲକ୍ଷ୍ୟ ବୋଲି ଗେମେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri