Posted inଖେଳ

ସନ୍ୟାସ ନେବାର ୧୦ ଘଣ୍ଟା ପରେ ଫେରିଲେ ଏହି ଅଲରାଉଣ୍ଡର, ଆଇପିଏଲ ୨୦୨୫ ପାଇଁ…

ନୂଆଦିଲ୍ଲୀ,୨୭।୯: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ ଅଲରାଉଣ୍ଡର ଡୱେନ ବ୍ରାଭୋ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାଭୋ ନିଜେ ୨୦୨୧ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ବର୍ତ୍ତମାନ ତାଙ୍କୁ ଖେଳାଳି ଭାବରେ ଟି -୨୦ଲିଗରେ ମଧ୍ୟ ଦେଖିବାକୁ ମିଳିବ ନାହିଁ। କିନ୍ତୁ କ୍ରିକେଟ ପଡ଼ିଆରୁ ଦୂରେଇ ରହିବା ପରେ ମଧ୍ୟ ବ୍ରାଭୋ କ୍ରିକେଟ ସହ ସମ୍ପର୍କ ହରାଇ ନାହାଁନ୍ତି। ସେ କୋଚିଂ ଦୁନିଆରେ ପ୍ରବେଶ କରିଛନ୍ତି ଏବଂ ବର୍ତ୍ତମାନ ଆଇପିଏଲ ଦଳର କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ର ମେଣ୍ଟର ଭାବରେ ଏକ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି।

ସମସ୍ତ ଫର୍ମାଟରୁ ଅବସର ନେବା ପରେ ଡୱେନ ବ୍ରାଭୋଙ୍କୁ ବର୍ତ୍ତମାନ କୋଲକାତା ନାଇଟ ରାଇଡର୍ସର ଜର୍ସିରେ ଦେଖିବାକୁ ମିଳିବ, କିନ୍ତୁ ଖେଳାଳି ଭାବରେ ନୁହେଁ ବରଂ ଜଣେ ମେଣ୍ଟର ଭାବରେ। କୋଲକାତା ନାଇଟ ରାଇଡର୍ସର ସୋସିଆଲ ମିଡିଆ ପେଜ୍‌ଗୁଡ଼ିକ ମାଧ୍ୟମରେ ଏହି ଘୋଷଣା କରାଯାଇଛି, କ୍ୟାପସନରେ ଲେଖାଯାଇଛି – ଆମର ନୂଆ ମେଣ୍ଟର ଡିଜେ ‘ସାର୍‌ ଚାମ୍ପିୟନ’ ଙ୍କୁ ସ୍ବାଗତ, ଚାମ୍ପିୟନ ସହରକୁ ସ୍ବାଗତ!
ସୂଚନାଯୋଗ୍ୟ, ଏହା ପୂର୍ବରୁ ଗୌତମ ଗମ୍ଭୀର କୋଲକାତା ନାଇଟ ରାଇଡର୍ସର ମେଣ୍ଟର ଥିଲେ। ଯାହାର ନେତୃତ୍ୱରେ କୋଲକାତା ନାଇଟ ଆଇପିଏଲ ଟ୍ରଫି ଜିତିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri