ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ବାରିପଦା ଅଫିସ,୫ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ସ୍ଥିତ ଅମର୍ଦ୍ଦା ଏୟାରଷ୍ଟିପ୍‌ ପୁନଃ କାର୍ଯ୍ୟକ୍ଷମ କରିବାକୁ ଭାରତୀୟ ବାୟୁ ଅଧିକାରୀଙ୍କ ସହ ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ବର ଟୁଡୁ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ମନ୍ତ୍ରୀ ଟୁଡୁ ନୂଆଦିଲ୍ଲୀଠାରେ ବାୟୁସେନାର ଭାଇସ୍‌ ଏୟାର ଚିଫ୍‌ ରାନାଡେ, ଆସିଷ୍ଟାଣ୍ଟ ଚିଫ୍‌ ଏୟାରଷ୍ଟ୍ରିପ୍‌ ଅପରେସନ ଏବଂ ଅନ୍ୟାନ୍ୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଖୁବଶୀଘ୍ର ଅମର୍ଦ୍ଦା ଏୟାରଷ୍ଟିପ୍‌ରେ ଉଭୟ ସାମରିକ ଏବଂ ବେସାମରିକ ଯାନ ଯାତାୟତ ପାଇଁ କାର୍ଯ୍ୟ କରିବ ବୋଲି ଅଧିକାରୀମାନେ ପ୍ରକାଶ କରିଥିବା ନେଇ ମନ୍ତ୍ରୀ ଟୁଡୁଙ୍କ ମିଡିଆ ପ୍ରତିନିଧି ଦେବବ୍ରତ ସାମଲ ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି।
ଏଥିପୂର୍ବରୁ କେନ୍ଦ୍ରମନ୍ତ୍ରୀ ଟୁଡୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଚ୍ଚପଦସ୍ଥ ଅଫିସର ଏବଂ ବୈଷୟିକ ଟିମ୍‌ଙ୍କୁ ନେଇ ଅମର୍ଦ୍ଦା ଏୟାରଷ୍ଟିପ୍‌ ଗସ୍ତ କରି ବାସ୍ତବ ସ୍ଥିତିର ସମୀକ୍ଷା କରିଥିଲେ। ଏଥି ସହିତ ମନ୍ତ୍ରୀ ଟୁଡୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବ୍ୟକ୍ତିଗତ ଭାବେ ଭେଟି ଏହି ଏୟାରଷ୍ଟିପ୍‌ର କାର୍ଯ୍ୟକାରିତା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri